ଭାଜପା ନେତାଙ୍କ ଉପରେ ମାଡ଼ିଗଲା ଯାତ୍ରିବାହୀ  ବସ୍‌

ଭଦ୍ରକ/ବନ୍ତ,୧୫ା୧୨(ସନାତନ ରାଉତ/ହରିନାରାୟଣ ମହାନ୍ତି)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଟିଲୋ ଜାଗୁଳାଇପଦା ଛକରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍‌ ମାଡ଼ିଯିବାରୁ ଜଣେ ଭାଜପା ନେତାଙ୍କ ମୃତ୍ୟୁ ଘଟିଛି। ଏଥିସହ ବସ୍‌ଟି ରାସ୍ତାକଡ଼ରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରକୁ ଧକ୍କା ଦେଇ ନୟନଯୋରିକୁ ଓଲଟି ପଡ଼ିବାରୁ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ମୃତକ ହେଲେ ବନ୍ତ ବ୍ଲକର ପୂର୍ବତନ ଭାଜପା ସଭାପତି ତଥା ଜିଲା ଉପସଭାପତି ଟିଲୋ ଗ୍ରାମର ସୁଧାକର ଧଳ(୫୯)। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିଥିଲେ। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ରହିଛି।
ସୂଚନା ଅନୁଯାୟୀ, ‘ବାବା ଅରୂପାନନ୍ଦ’ ନାମକ ବସ୍‌ ଭଦ୍ରକରୁ ଆନନ୍ଦପୁର ଯାଉଥିଲା। ଭଦ୍ରକରୁ ଯିବାବେଳେ ମାତ୍ର ୧୦ରୁ ୧୨ ଯାତ୍ରୀ ବସ୍‌ରେ ଥିଲେ। ଜାଗୁଳାଇପଦା ଛକ ନିକଟରେ ସୁଧାକର ନିଜ ଘର ସାମ୍ନା ରାସ୍ତାପାର୍ଶ୍ୱରେ ଅନ୍ୟ ୨ଜଣଙ୍କ ସହ ଠିଆହୋଇ କଥା ହେଉଥିଲେ। ଏହି ସମୟରେ ଦ୍ରୁତଗତିରେ ଯାଉଥିବା ବସ୍‌ଟି ରାସ୍ତାକଡ଼କୁ ମାଡ଼ିଯାଇଥିଲା। ଅନ୍ୟ ୨ଜଣ ବସ୍‌ ସେମାନଙ୍କ ଆଡ଼କୁ ମାଡ଼ିଯାଉଥିବା ଦେଖି ସେଠାରୁ ଡେଇଁପଡ଼ି ନିଜ ଜୀବନ ବଞ୍ଚାଇଥିଲେ। ସୁଧାକର ପଛରୁ ବସ୍‌ ଆସୁଥିବା ଜାଣିପାରି ନ ଥିଲେ। ବସ୍‌ଟି ତାଙ୍କ ଉପରେ ମାଡ଼ିଯାଇ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରକୁ ଧକ୍କା ଦେଇ ଓଲଟି ପଡ଼ିଥିଲା।
ବସ୍‌ର ପଛ କାଚ ଭାଙ୍ଗି ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା। ଆହତମାନଙ୍କୁ ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେମାନଙ୍କ ମଧ୍ୟରୁ ତିହିଡ଼ିର ଆଶିଷ ରାଉତ(୨୭), ମହେନ୍ଦ୍ର ବେହେରା(୬୧), ଗଦିର ହେମଲତା ପରିଡ଼ା(୩୭) ଓ ଠାକୁରମୁଣ୍ଡାର ଅନୀତା ମାହନ୍ତ(୧୫) ଗୁରୁତର ଅଛନ୍ତି।
ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା ବୁଝିଥିଲେ। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଟିଲୋ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ଲୋକେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri