ପୁରୀରୁ ପୁଣି ଗଡ଼ିଲା ଘରୋଇ ବସ୍‌, ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି

ପୁରୀ,୧୨।୭(ତୁଷାର ରଞ୍ଜନ ନାୟକ): ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍‌ ଚଳାଚଳ। ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ୍‌ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ତେବେ ଏଥିପାଇଁ ସୁରକ୍ଷା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ସଂଘ ଅପିଲ କରିଛି । ସେପଟେ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବ ନାହିଁ ବୋଲି ପ୍ରେସମିଟ କରି ସୂଚନା ଦେଇଛି ରାଜ୍ୟ ଘରୋଇ ବସ ମାଲିକ ସଂଘ । ଚାରି ଦିନ ଧରି ଧର୍ମଘଟ ଯୋଗୁଁ କ୍ଷତି ସହୁଛନ୍ତି ବସ୍‌ ମାଲିକ। ହଜାର ହଜାର ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । ତେଣୁ ଡ୍ରାଇଭର ମହାସଂଘର ଷ୍ଚିୟରିଂ ଛାଡ ଆନ୍ଦୋଳନକୁ ଆଉ ସମର୍ଥନ ଦିଆଯିବ ନାହିଁ ବୋଲି ଘରୋଇ ବସ୍‌ ମାଲିକ ସଂଘ ସୂଚନା ଦେଇଛନ୍ତି । ତେଣୁ ଆଜିଠୁ ଘରୋଇ ବସ ଚଳାଚଳ ସେବା ସ୍ବାଭାବିକ ହେବ ବୋଲି ସ୍ପଷ୍ଟ ହୋଇଛି । ପଞ୍ଚମ ଦିନରେ ଓ ଡ୍ରାଇଭର ମହାସଂଘର ଆନ୍ଦୋଳନ। ଡ୍ରାଇଭର ମହାସଂଘର ନିଜ ଦାବିରେ ଅଟଳ ରହିଛି । ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ସିଧାସିଧା କହିଛି ମହାସଂଘ । ଅନ୍ୟପଟେ ଏବେ ବିବାଦରେ ଚାଳକ ମହାସଂଘର ଷ୍ଟିୟରିଂ ଛାଡ ଆନ୍ଦୋଳନ । ଓଡ଼ିଶା ଡ୍ରାଇଭର ମହାସଂଘ ବିରୋଧରେ ଥାନାରେ ଫେରାଦ ହୋଇଛି ନିଖିଳ ଓ ମିନିଟ୍ରକ ମାଲିକ ମହାସଂଘ । ଧାରଣା ନାମରେ ଓ ଡ୍ରାଇଭର ମହାସଂଘ ଗୁଣ୍ଡାରାଜ କରୁଥିବା ଅଭିଯୋଗ ହୋଇଛି । ଅତ୍ୟାବଶ୍ୟକ ସାମଗ୍ରୀ ଆଣୁଥିବା ଗାଡି ଚାଳକମାନେ ନଛା ସହ ସେମାନଙ୍କୁ ମାଡ ମାରୁଥିବା ଅଭିଯୋଗ ହୋଇଛି । ଏହାରି ଭିତରେ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ କିନ୍ତୁ ଡ୍ରାଇଭର ସଂଘର ଆନ୍ଦୋଳକୁ ସମର୍ଥନ ନକରିବାକୁ ନିଷ୍ପତ୍ତି ନେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri