ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ସକାଳେ ବ୍ରହ୍ମପୁର ଠାରୁ ଦାରୀଙ୍ଗବାଡି ଅଭିମୁଖେ ଯାଉଥିବା ବିକ୍ରାନ୍ତ ନାମକ ଏକ ଯାତ୍ରୀବାହୀ ଘରୋଇ ବସଟି ସାମ୍ନା ପଟୁ ଆସୁଥିବା ଏକ ଏକ୍ସଏଲ ବାଇକକୁ ଧକ୍କା ଦେଇ ରାସ୍ତାର ବାମ ପଟ ତଳକୁ ଖସି ଯାଇଛି । ଦୁର୍ଘଟଣାରେ ଦୁଇ ବାଇକ ଆରୋହୀ ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ୧୦୮ ଏମ୍ବୁଲାନ୍ସ ଯୋଗେ ମୋହନା ମେଡ଼ିକାଲରେ ଭର୍ତି କରିଛନ୍ତି । ଅନ୍ୟ ପଟେ ବସରେ ଯାତ୍ରା କରୁଥିବା ୫ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ବ୍ରାହ୍ମଣୀ ଗାଁ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ବସ ଯାତ୍ରୀଙ୍କ ସ୍ବାସ୍ଥାବସ୍ଥା ଭଲ ଥିବା ବେଳେ ଦୁଇ ବାଇକ ଆରୋହୀଙ୍କ ସ୍ବାସ୍ଥାବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ କରୁଛି ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri