ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ ଏବେ ବଡ଼ ସମସ୍ୟା ମୁଣ୍ଡ ଟେକିଛି। ସମସ୍ତ ପ୍ରକାର ଯାତ୍ରୀବାହୀ ବସଗୁଡିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ପାର୍କିଂ କରୁଥିବାବେଳେ ଯାତ୍ରୀଙ୍କୁ ଡାକିବା ପାଇଁ ପ୍ରଚଣ୍ଡ ଶବ୍ଦର ହର୍ନ ବଜାଉଥିବାରୁ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ଶଯ୍ୟାରେ ଚିକିତ୍ସା ହେଉଥିବା ରୋଗୀମାନେ ଶବ୍ଦରେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି।
ଏନେଇ ସ୍ଥାନୀୟ ପ୍ରଶାସନ ନୀରବ ରହୁଛି। ବିଶେଷକରି ଚାରି ଛକରେ ଟ୍ରାଫିକ ପୋଷ୍ଟରେ ନିୟୋଜିତ ପୋଲିସ ମଧ୍ୟ ନୀରବ ରହୁଥିବା ନେଇ ଜନଅସନ୍ତୋଷ ବୃଦ୍ଧି ପାଉଛି। ଦାରିଙ୍ଗବାଡିକୁ ନିୟମିତ ପର୍ଯ୍ୟଟକ ଆସୁଥିବାବେଳେ ୨୫ ପଞ୍ଚାୟତରୁ ଦୈନିକ ଜନସାଧାରଣ ବଜାର ଓ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନରେ କାର୍ଯ୍ୟ ନେଇ ଆସୁଛନ୍ତି। ସେମାନେ ଏହି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବସ୍‌ ଷ୍ଟପେଜ ରହିଥିବାରୁ ଯାତ୍ରୀମାନେ ମଧ୍ୟ ବସ ଷ୍ଟାଣ୍ଡ ନ ଯାଇ ଏଠାରେ ବସକୁ ଅପେକ୍ଷା କରିବାକୁ ବାଧ୍ୟ ହେଉଛନ୍ତି। ଗୋଟିଏ ବସ ଅଟକିଲେ ତାକୁ ଦେଖି ଅନ୍ୟ ବସ ଗୁଡିକ ଓ ପର୍ଯ୍ୟଟକଙ୍କ ଟ୍ୟାକ୍ସି, ଟ୍ରଭେଲର ଆଦି ଏହି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଅଟକି ରହୁଥିବା ଦେଖିବାକୁ ମିଳୁଛି। ଶୀଘ୍ର ଏହାର ସମାଧାନ କରି ବସଗୁଡିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପାର୍କିଂ ପାଇଁ ବନ୍ଦ କରାଯିବାକୁ ସାଧାରଣରେ ଦାବି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…

ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍‌ଶାହା: ପୋଷ୍ଟ ଶେୟାର କରି କହିଲେ…

ରାପର୍‌ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…

୧ ସେପ୍ଟେମ୍ବରରୁ କେଉଁ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌, କାହା ଉପରେ ପଡିବ ସଙ୍କଟ: ଦେଖିନିଅନ୍ତୁ ୧୨ ରାଶିର…

ସେପ୍ଟେମ୍ବର ମାସର ପ୍ରଥମ ଦିନ ଅର୍ଥାତ୍‌ ୧ ସେପ୍ଟେମ୍ବର ୨୦୨୬ ଅନେକ ରାଶିଙ୍କ ପାଇଁ ନୂଆ ଆଶା, ସଫଳତା ଓ ଖୁସି ନେଇ ଆସିପାରେ। ଗ୍ରହ-ନକ୍ଷତ୍ରଙ୍କ ଚଳନର…

ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ

ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା…

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri