ତେଜିଲା ବସ୍‌ ସିଣ୍ଡିକେଟ ବିବାଦ: ୧୪୪ ଧାରା ଜାରି

ଭଦ୍ରକ ଅଫିସ, ୧୪।୩- ଭଦ୍ରକ ବସ୍‌ ସିଣ୍ଡିକେଟରେ ବିବାଦ ତେଜିବାରେ ଲାଗିଛି। ସଂଘର ଆର୍ଥିକ ହେର୍‌ଫେର୍‌କୁ ନେଇ ମୁଣ୍ଡ ଟେକିଥିବା କର୍ମକର୍ତ୍ତା ଚୟନ ବିବାଦ ମାଲି ମକଦ୍ଦମାଠାରୁ ଆରମ୍ଭ କରି ହାତାହାତି ପର୍ଯ୍ୟନ୍ତ କଥା ଗଲାଣି। ପରିସ୍ଥିତିକୁ ନଜର ରଖି ଜିଲା ପ୍ରଶାସନ ପକ୍ଷରୁ ଶନିବାର ବନ୍ତ ଛକ ସ୍ଥିତ ବସ୍‌ ସିଣ୍ଡିକେଟ କାର୍ଯ୍ୟାଳୟ ଓ ଟିକେଟ କାଉଣ୍ଟରରେ ତାଲା ପକାଯାଇଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ୧୪୪ ଧାରା ଜାରି କରାଯାଇଛି। ଏଥିସହ ଟାଉନ ଥାନା ପୋଲିସ ମୁତୟନ ହୋଇ ପରିସ୍ଥିତି ପ୍ରତି ତୀକ୍ଷ୍ଣ ନଜର ରଖିଛି।
ପ୍ରକାଶ ଯେ, ସଂଘର ଗଚ୍ଛିତ ଟଙ୍କା ହେର୍‌ଫେର୍‌ ଅଭିଯୋଗ ନେଇ କିଛିଦିନ ଧରି ବସ୍‌ ସିଣ୍ଡିକେଟରେ ଦୁଇଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଗୋଟିଏ ଗୋଷ୍ଠୀ ଅନିୟମିତତାର ତଦନ୍ତ ଓ ହେର୍‌ଫେର୍‌ ଟଙ୍କାର ହିସାବ ଦାବି କରୁଥିବା ବେଳେ ଅନ୍ୟ ଗୋଷ୍ଠୀ କୌଣସି ଆର୍ଥିକ ଅନିୟମିତତା ହୋଇ ନ ଥିବା ସଫେଇ ଦେଉଛନ୍ତି। ଏହି ଅଭିଯୋଗ ଆଧାରରେ ମାମଲା କୋର୍ଟରେ ବିଚାରାଧୀନ ରହିଛି। ଏହାମଧ୍ୟରେ ବସ୍‌ ସିଣ୍ଡିକେଟର କର୍ମକର୍ତ୍ତା ପୃଥକ୍‌ ପୃଥକ୍‌ ଭାବେ ମନୋନୀତ ଓ ନିର୍ବାଚନ କରାଯାଇ ଦୁଇଟି ସଂଘ ଗଠିତ ହୋଇସାରିଛି। କେତେଜଣ ମାଲିକ କର୍ମକର୍ତ୍ତା ମନୋନୀତ କରିଥିବା ବେଳେ ଅନ୍ୟ ଏକ ଗୋଷ୍ଠୀ ବିଧିବଦ୍ଧ ଭାବେ ନିର୍ବାଚନ କରି ଚୟନ କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ବନ୍ତ ଛକ ସ୍ଥିତ କାର୍ଯ୍ୟାଳୟ ଅକ୍ତିୟାର କରିବା ପାଇଁ ଉଦ୍ୟମ କରିଥିଲେ ଉଭୟ ଗୋଷ୍ଠୀ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣକୁ ଆଣିଥିଲା। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଉଭୟ ଗୋଷ୍ଠୀକୁ ଡକାଯାଇ ସମାଧାନ ପାଇଁ ଉଦ୍ୟମ କରାଯାଇଥିଲେ ହେଁ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚି ପାରି ନ ଥିଲା। ପରିସ୍ଥିତିକୁ ଦୃଷ୍ଟିରେ ରଖି ଶନିବାର ଏଭଳି ପଦକ୍ଷେପ ନେଇଥିବା ଉପଜିଲାପାଳ ପିତାମ୍ବର ସାମଲ କହିଛନ୍ତି। ୧୪୪ ଧାରା ଜାରି ସତ୍ତ୍ୱେ କେତେଜଣ ହକର ଓ ମ୍ୟାନେଜର ବସ୍‌ଷ୍ଟାଣ୍ଡରେ ବୁଲୁଥିବା ଦେଖିବାକୁ ମିଳିଥିଲା। ତେବେ ଟିକେଟ କାଉଣ୍ଟର ବନ୍ଦ ଥିବାରୁ ବହୁ ଯାତ୍ରୀ ଅସୁବିଧା ଭୋଗିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri