ତେଜିଲା ବସ୍‌ ସିଣ୍ଡିକେଟ ବିବାଦ: ୧୪୪ ଧାରା ଜାରି

ଭଦ୍ରକ ଅଫିସ, ୧୪।୩- ଭଦ୍ରକ ବସ୍‌ ସିଣ୍ଡିକେଟରେ ବିବାଦ ତେଜିବାରେ ଲାଗିଛି। ସଂଘର ଆର୍ଥିକ ହେର୍‌ଫେର୍‌କୁ ନେଇ ମୁଣ୍ଡ ଟେକିଥିବା କର୍ମକର୍ତ୍ତା ଚୟନ ବିବାଦ ମାଲି ମକଦ୍ଦମାଠାରୁ ଆରମ୍ଭ କରି ହାତାହାତି ପର୍ଯ୍ୟନ୍ତ କଥା ଗଲାଣି। ପରିସ୍ଥିତିକୁ ନଜର ରଖି ଜିଲା ପ୍ରଶାସନ ପକ୍ଷରୁ ଶନିବାର ବନ୍ତ ଛକ ସ୍ଥିତ ବସ୍‌ ସିଣ୍ଡିକେଟ କାର୍ଯ୍ୟାଳୟ ଓ ଟିକେଟ କାଉଣ୍ଟରରେ ତାଲା ପକାଯାଇଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ୧୪୪ ଧାରା ଜାରି କରାଯାଇଛି। ଏଥିସହ ଟାଉନ ଥାନା ପୋଲିସ ମୁତୟନ ହୋଇ ପରିସ୍ଥିତି ପ୍ରତି ତୀକ୍ଷ୍ଣ ନଜର ରଖିଛି।
ପ୍ରକାଶ ଯେ, ସଂଘର ଗଚ୍ଛିତ ଟଙ୍କା ହେର୍‌ଫେର୍‌ ଅଭିଯୋଗ ନେଇ କିଛିଦିନ ଧରି ବସ୍‌ ସିଣ୍ଡିକେଟରେ ଦୁଇଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଗୋଟିଏ ଗୋଷ୍ଠୀ ଅନିୟମିତତାର ତଦନ୍ତ ଓ ହେର୍‌ଫେର୍‌ ଟଙ୍କାର ହିସାବ ଦାବି କରୁଥିବା ବେଳେ ଅନ୍ୟ ଗୋଷ୍ଠୀ କୌଣସି ଆର୍ଥିକ ଅନିୟମିତତା ହୋଇ ନ ଥିବା ସଫେଇ ଦେଉଛନ୍ତି। ଏହି ଅଭିଯୋଗ ଆଧାରରେ ମାମଲା କୋର୍ଟରେ ବିଚାରାଧୀନ ରହିଛି। ଏହାମଧ୍ୟରେ ବସ୍‌ ସିଣ୍ଡିକେଟର କର୍ମକର୍ତ୍ତା ପୃଥକ୍‌ ପୃଥକ୍‌ ଭାବେ ମନୋନୀତ ଓ ନିର୍ବାଚନ କରାଯାଇ ଦୁଇଟି ସଂଘ ଗଠିତ ହୋଇସାରିଛି। କେତେଜଣ ମାଲିକ କର୍ମକର୍ତ୍ତା ମନୋନୀତ କରିଥିବା ବେଳେ ଅନ୍ୟ ଏକ ଗୋଷ୍ଠୀ ବିଧିବଦ୍ଧ ଭାବେ ନିର୍ବାଚନ କରି ଚୟନ କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ବନ୍ତ ଛକ ସ୍ଥିତ କାର୍ଯ୍ୟାଳୟ ଅକ୍ତିୟାର କରିବା ପାଇଁ ଉଦ୍ୟମ କରିଥିଲେ ଉଭୟ ଗୋଷ୍ଠୀ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣକୁ ଆଣିଥିଲା। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଉଭୟ ଗୋଷ୍ଠୀକୁ ଡକାଯାଇ ସମାଧାନ ପାଇଁ ଉଦ୍ୟମ କରାଯାଇଥିଲେ ହେଁ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚି ପାରି ନ ଥିଲା। ପରିସ୍ଥିତିକୁ ଦୃଷ୍ଟିରେ ରଖି ଶନିବାର ଏଭଳି ପଦକ୍ଷେପ ନେଇଥିବା ଉପଜିଲାପାଳ ପିତାମ୍ବର ସାମଲ କହିଛନ୍ତି। ୧୪୪ ଧାରା ଜାରି ସତ୍ତ୍ୱେ କେତେଜଣ ହକର ଓ ମ୍ୟାନେଜର ବସ୍‌ଷ୍ଟାଣ୍ଡରେ ବୁଲୁଥିବା ଦେଖିବାକୁ ମିଳିଥିଲା। ତେବେ ଟିକେଟ କାଉଣ୍ଟର ବନ୍ଦ ଥିବାରୁ ବହୁ ଯାତ୍ରୀ ଅସୁବିଧା ଭୋଗିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri