ଚା’ଦୋକାନ ଉପରେ ମାଡିଗଲା ବସ-ଟ୍ୟାଙ୍କର: ଚାଲିଗଲା ୪ ଜୀବନ

ବ୍ରହ୍ମପୁର,୨୨।୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସମରଝୋଳ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯାହାଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେହିପରି ୧୫ରୁ ଉର୍ଦ୍ଧ ଆହତ ହୋଇଛନ୍ତି। ଯାତ୍ରୀବାହୀ ବସଟି ଭବାନୀପାଟଣାରୁ ଆସ୍କା ଦେଇ ବ୍ରହ୍ମପୁର ପଟକୁ ଆସୁଥିଲା। ସେହିପରି ତେଲ ଟ୍ୟାଙ୍କରଟି ବ୍ରହ୍ମପୁରରୁ ଆସିକା ଆଡ଼କୁ ଯାଉଥିଲା। ସମର ଝୋଳ ଛକରେ ତେଲ ଟ୍ୟାଙ୍କରଟି ଏକ ଟ୍ରକକୁ ଓଭର ଟେକ କରି ଯିବାକୁ ଚେଷ୍ଟା କରୁଥିବା ବେଳେ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ରାସ୍ତାକଡ ଚା’ ଦୋକାନ ଆଡ଼କୁ ମାଡି ଯାଇଥିଲେ। ବସ ତଳେ ଚାପି ହୋଇ ଚା’ ପିଉଥିବା ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବସରେ ବସିଥିବା ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟନା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଛି। ସେହିପରି ରାସ୍ତାରେ ଯାତାୟତ ସ୍ବାଭାବିକ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri