ବସ୍‌ ଟର୍ମିନାଲ ଜମି ଜବରଦଖଲ

ବୈଶିଙ୍ଗା,୨୩ା୫(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ବଜାର ଅଞ୍ଚଳରେ  ବସ୍‌ ଟର୍ମିନାଲ ପାଇଁ ଜମି ଚିହ୍ନଟ ହୋଇଛି। ମାତ୍ର ଅଧିଗ୍ରହଣ ନ ହେବାରୁ ଜବରଦଖଲକାରୀମାନେ ଉକ୍ତ ସ୍ଥାନରେ ପକ୍କା ଘରମାନ ନିର୍ମାଣ ଆରମ୍ଭ କରିସାରିଲେଣି। ଜବରଦଖଲକାରୀମାନେ ଏହି ଜମିକୁ ବାହାର ଜିଲାର ସଂଖ୍ୟାଲଘୁ ବ୍ୟକ୍ତି ବିଶେଷଙ୍କୁ ଲକ୍ଷ ଲକ୍ଷ ଟଙ୍କାରେ ବିକ୍ରି କରୁଥିବା  ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ସୂଚନା ଅନୁଯାୟୀ, ୨୦ ବର୍ଷ ପୂର୍ବେ ତତ୍କାଳୀନ ବୈଶିଙ୍ଗା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରମିଳା ଗିରିଙ୍କ ପ୍ରଚେଷ୍ଟାରେ ବୈଶିଙ୍ଗା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ସଂଲଗ୍ନ ଗ୍ରାମ୍ୟ  ଜଙ୍ଗଲ କିସମ ଜମି ମଧ୍ୟରୁ ୨ ଏକର ପଞ୍ଚତିରିଶ ଡେସିମିଲି ଜମି ବୈଶିଙ୍ଗା ବସଷ୍ଟାଣ୍ଡ ପାଇଁ ସଂରକ୍ଷିତ କରାଯାଇଥିଲା। ତତ୍କାଳୀନ ବିଧାନସଭା ଗୃହ କମିଟିର ଚେୟାରମ୍ୟାନ ତଥା ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ କମିଟିର ସଦସ୍ୟମାନେ ବୈଶିଙ୍ଗାଠାରେ ଏକ ବସ ଟର୍ମିନାଲର ଆବଶ୍ୟକତାକୁ ଉପଲବ୍ଧି କରି ବେତନଟୀ ତହସିଲଦାରଙ୍କୁ ଜମି ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁସାରେ ସରକାରୀ କାଗଜପତ୍ରରେ ବସ୍‌ଷ୍ଟାଣ୍ଡ ପାଇଁ ଏହି ଜମି ସଂରକ୍ଷିତ ହୋଇଥିଲା। ୨୦୦୯ ନିର୍ବାଚନ ପୂର୍ବରୁ ନିର୍ବାଚନମଣ୍ଡଳୀ ପୁନର୍ଗଠନ ଫଳରେ ବୈଶିଙ୍ଗା ନିର୍ବାଚନ ମଣ୍ଡଳୀର ନାମ ପରିବର୍ତ୍ତନ କରାଯାଇ ବଡସାହି ଆସନ ନାମକରଣ ହେଲା। ତେବେ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଏବଂ ପ୍ରଶାସନର ଅପାରଗତା ଯୋଗୁ ଅଦ୍ୟାବଧି ଟର୍ମିନାଲ ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନଙ୍କୁ ହଇରାଣ ହରକତ ହେବାକୁ ପଡୁଛି।
ଅନ୍ୟପକ୍ଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପୂର୍ବ ତହସିଲଦାର ଜବରଦଖଲକାରୀଙ୍କୁ ହଟାଇବାରେ ପଦକ୍ଷେପ ନେଇ ନ ଥିଲେ। ବର୍ତ୍ତମାନର ତହସିଲଦାରଙ୍କୁ ଏ ବିଷୟରେ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ ନାନାଦି ଆଳ ଦେଖାଇ ସେ କାଳକ୍ଷେପଣ ନୀତି ଅବଲମ୍ବନ କରୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ରାଜସ୍ବ ବିଭାଗରେ କାର୍ଯ୍ୟରତ ତହସିଲଦାର, ସୁପରଭାଇଜର ଓ ସ୍ଥାନୀୟ ଆର୍‌ଆଇ ଏଥିପ୍ରତି ଆଖି ବନ୍ଦ କରି ବସି ରହିଥିବା ନେଇ ପ୍ରଶବାଚୀ ସୃଷ୍ଟି ହୋଇଛି। ଜବର ଦଖଲକାରୀମାନେ ସରକାରୀ ଜମିରେ ଘରଦ୍ୱାର କରି ରହିଯିବା ଦ୍ୱାରା ଭବିଷ୍ୟତରେ ବସଷ୍ଟାଣ୍ତ ନିର୍ମାଣରେ ବାଧା ସୃଷ୍ଟି ହୋଇପାରେ ବୋଲି ବୁଦ୍ଧିଜୀବୀ ମହଲରେ ଆଶଙ୍କା ଦେଖା ଦେଇଛି। ତୁରନ୍ତ ଏହି ଜବରଦଖଲକାରୀଙ୍କୁ ସରକାରୀ ଜମିରୁ ଉଚ୍ଛେଦ କରି ବସ୍‌ଷ୍ଟାଣ୍ଡ ନିିର୍ମାଣ ଲାଗି ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ତହସିଲଦାର ସୁରଥ ଚନ୍ଦ୍ର ରାଉତଙ୍କୁ ପଚାରିବାରୁ  ପୂର୍ବ ତହସିଲଦାର ଏନେଇ ପଦକ୍ଷେପ ଗ୍ରହଣ କରି ନାହାନ୍ତି। ନିର୍ବାଚନ ପରେ ଏ ବିଷୟରେ ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri