ଘାଟିରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା

କୋକସରା,୨୦ା୭(ଡି.ଏନ୍‌.ଏ.): ୨୬ ନମ୍ବର ଜାତୀୟ ରାଜପଥ କଳାହାଣ୍ଡି ନବରଙ୍ଗପୁର ସୀମା ଆମପାଣି ଘାଟିରେ ବୁଧବାର ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି। ଆଜି ଅପରାହ୍ନରେ ଭବାନୀପାଟଣାରୁ ଜୟପୁର ଯାଉଥିବା ଓଆର୍‌୧୦ଏଫ୍‌ ୪୦୦୩ ନମ୍ବର ଏସ୍‌ବିଏମ୍‌ଏସ୍‌ ନାମକ ଏକ ବେସରକାରୀ ଯାତ୍ରୀବାହୀ ବସ୍‌କୁ ବିପରୀତ ଦିଗରୁ ଆସୁଥିବା ଓଡି ୧୫ପି ୭୫୩୧ ନମ୍ବରର ଏକ ରନ୍ଧନ ଗ୍ୟାସ ବୋଝେଇ ଟ୍ରକ ସାମ୍ନାସାମ୍ନି ଧକ୍କା ଦେଇଥିବା ବେଳେ ବସ୍‌ର ସମ୍ମୁଖ ପଟରେ ଥିବା କାଚ ଭାଙ୍ଗିଯାଇଛି। ଏଥିସହ କ୍ୟାବିନରେ ବସିଥିବା କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଟ୍ରକ ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ଆମପାଣି ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯାଇଛି। ବସ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଅଟକ ରଖି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri