Posted inଜାତୀୟ

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ

ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ ଚାରି ଜଣ ପୋଡ଼ି ମୃତ୍ୟୁ ହୋଇଥିବା ସୂଚନା ରହିଛି।

ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ପ୍ରାୟ ୧୫୦ ଜଣଙ୍କୁ ୨୦ଆମ୍ବୁଲାନ୍ସରେ ହସ୍ପିଟାଲ ପଠାଯାଇଥିଲା। ଜିଲା ମାଜିଷ୍ଟ୍ରେଟ୍ ଏପର୍ଯ୍ୟନ୍ତ ଚାରି ଜଣଙ୍କ ମୃତ୍ୟୁ ନିଶ୍ଚିତ କରିଛନ୍ତି, ଯେତେବେଳେ ୧୦୦ ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମଙ୍ଗଳବାର ଭୋର ୪ ଟାରେ ବଳଦେବ ପୋଲିସ ଷ୍ଟେସନ ଅଞ୍ଚଳର ମଲ୍ ଷ୍ଟୋନ୍ ୧୨୭ ରେ ଏହି ଦୁର୍ଘଟଣା ଘଟିଛି। ଜିଲା ମାଜିଷ୍ଟ୍ରେଟ୍ (ଡିଏମ୍) ଏବଂ ପୋଲିସ ସୁପରିଣ୍ଟେଣ୍ଡେଣ୍ଟ୍ (ଏସ୍ପି) ସମେତ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ଉଦ୍ଧାର କାର୍ଯ୍ୟ ଚାଲିଛି । ପୋଲିସ, ଅଗ୍ନିଶମ ବାହିନୀ ଏବଂ ଏସଡିଆରଏଫ୍ କର୍ମଚାରୀମାନେ ନିଆଁ ଲିଭାଇବା ଏବଂ ଆହତମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରିବା ପାଇଁ କାମ କରୁଛନ୍ତି ।

ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଯେ ଗୁଳି ଫୁଟିବା ପରି ଶବ୍ଦ କରି ଅନେକ ଗାଡ଼ି ଧକ୍କା ହୋଇଥିଲା। ଜୋରରେ ବିସ୍ଫୋରଣ ହୋଇଥିଲା। ସମଗ୍ର ଗାଁ ଘଟଣାସ୍ଥଳକୁ ଦୌଡ଼ି ଆସି ତୁରନ୍ତ ସହାୟତା ପ୍ରଦାନ କରିଥିଲା। ଆମ୍ବୁଲାନ୍ସ କର୍ମଚାରୀ ଅମିତ କୁମାର କହିଛନ୍ତି ଯେ ମୃତାହତଙ୍କ ସଂଖ୍ୟା ବର୍ତ୍ତମାନ ଅଜଣା।ପରବର୍ତ୍ତି ସମୟରେ ମୃତାହତ ଏବଂ ଆହତଙ୍କ ସଂଖ୍ୟା ଜଣାପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସହ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri