ଦ୍ୱୈତନଗରରୁ ଆସୁଥିବା ବସ୍‌ ତାଳବଣିଆରେ ରହିବେ

ପୁରୀ ଅଫିସ ୧୨ା୬: ରଥଯାତ୍ରାକୁ ନେଇ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି। ମହାପ୍ରଭୁଙ୍କ ନୀତିକାନ୍ତିଠାରୁ ଆରମ୍ଭ କରି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବରେ ସମ୍ପାଦନ କରିବା ନେଇ ସେବାୟତମାନେ ପ୍ରସ୍‌ୁତ ରହିଛିନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ଟ୍ରାଫିକ ପୋଲିସ ଏବଂ ପୁରୀ ବସ୍‌ ଆସୋସିଏଶନ୍‌, କଟକ ଓ ଭୁବନେଶ୍ୱର ବସ୍‌ ଆସୋସିଏଶନ୍‌ ଏବଂ ରାଜ୍ୟ ବସ୍‌ ଆସୋସିଏଶନ ସହ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଏସ୍‌ପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଟ୍ରାଫିକ ଡିଏସ୍‌ପି ନିରଞ୍ଜନ ସବର, ଟ୍ରାଫିକ ଥାନା ଅଧିକାରୀ ସଙ୍ଗୀତା ଦାସ ଏବଂ ପରିବହନ ଅଧିକାରୀ ରବିନ ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ। ବୈଠକରେ ମହାପ୍ରଭୁଙ୍କ ଘୋଷଯାତ୍ରା ସମୟରେ ବସ୍‌ ଭକ୍ତ ଏବଂ ଯାତ୍ରୀମାନଙ୍କୁ କିପରି ସେବା ଯୋଗାଇଦେବେ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ନିଷ୍ପତ୍ତି ଅନୁଯାୟୀ ତାଳବଣିଆ ଏବଂ ମାଳତିପାଟପୁରଠାରେ ଦୁଇଟି ସ୍ଥାନରେ ଘୋଷଯାତ୍ରା ସମୟରେ ବସ୍‌ ରହିବ। ମାଳତିପାଟପୁରରେ ଯାତ୍ରୀବାସୀ ବସ୍‌ଗୁଡିକ ରହିବ। ସେହିପରି ଲୋକାଲ ଯାତ୍ରୀବାହୀ ଗାଡିଗୁଡିକ ତାଳବଣିଆସ୍ଥିତ ଅସ୍ଥାୟୀ ବସଷ୍ଟାଣ୍ଡରେ ରହିବ। ଭୁବନେଶ୍ୱର ଓ କଟକରୁ ଆସୁଥିବା ବସ୍‌ଗୁଡିକ ମାତଳିପାଟପୁର ଓଭରବ୍ରିଜ ଦେଇ ତାଳବଣିଆକୁ ଆସିବେ। ଏହି ନିୟମ ରଥଯାତ୍ରା, ବାହୁଡ଼ା ଯାତ୍ରା ଏବଂ ସୁନାବେଶ ଦିନ ଲାଗୁ ହେବ। ତେବେ ଅନ୍ୟଦିନରେ ଚାଳକମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଲାଗୁ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଅପରପକ୍ଷେ ରଥଯାତ୍ରା, ବାହୁଡ଼ା ଯାତ୍ରା ଏବଂ ସୁନାବେଶ ଦିନରେ ଅଟୋଗୁଡିକୁ ଟାଉନ୍‌ ପ୍ରବେଶ ପାଇଁ ବାରଣ କରାଯାଇଛି। ସେହିପରି କୌଣସି ଚାଳକ ନିଶା ସେବନ କରି ଗାଡି ଚଳାଇବେ ନାହିଁ। ଭକ୍ତମାନଙ୍କୁଠାରୁ ନିର୍ଦ୍ଧାରିତ ମୂଲ୍ୟଠାରୁ ଅଧିକ ଟଙ୍କା ନେବେ ନାହିଁ। ଓଭର ଲୋଡିଂ କରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବସ୍‌ରେ ରେଟ ଚାର୍ଟ ଲାଗାଯିବ, ଗାଡି ଚଳାଇବାବେଳେ ମୋବାଇଲ ବ୍ୟବହାର କରିବେ ନାହିଁ। ଗାଡି ଲିମିଟ୍‌ ବେଗରେ ଚଲାଇବେ। ଚେକିଂ କରିବା ପାଇଁ ଅଫିସରମାନେ ଦାୟିତ୍ୱରେ ରହିବେ। ବସ୍‌ କେଉଁ କ୍ୟାଟୋଗୋରିର ତାହା ଉଲ୍ଲେଖ ରହିବ। ଆଇନ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପରିବହନ ଅଧିକାରୀ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?