ଆଜି ଢେଙ୍କାନାଳ, ଅନୁଗୋଳ, ତାଳଚେରକୁ ବସ୍‌ ବନ୍ଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ମଙ୍ଗୁଳିଠାରୁ ଅନୁଗୋଳକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୋହରୀକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଦୀର୍ଘ ୩ ବର୍ଷ ହେବ ରାସ୍ତା ନିର୍ମାଣ ଶେଷ ହେଉନାହିଁ। ଖାଲଖମାରେ ଭର୍ତ୍ତି ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ରାସ୍ତାରେ ଚଳାଚଳ କରୁଥିବା
ବସ୍‌ଗୁଡ଼ିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦରେ ଗୁରୁବାର ଏହି ରୁଟ୍‌ରେ ଢେଙ୍କାନାଳ, ଅନୁଗୋଳ ଏବଂ ତାଳଚେରକୁ ଚଳାଚଳ କରୁଥିବା ସମସ୍ତ ବସ୍‌ ସକାଳ ୬ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ। ଡିସେମ୍ବର ୨୪ରୁ ପ୍ରତୀକାତ୍ମକ ଭାବେ ବସ୍‌ଗୁଡ଼ିକରେ କଳାପତାକା ଲଗାଯିବ। ତଥାପି ପଦକ୍ଷେପ ନିଆ ନ ଗଲେ ଜାନୁୟାରୀ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ଓଡ଼ିଶା ରାଜ୍ୟ ବସ୍‌ ମାଲିକ ସଂଘର ସଭାପତି ଦେବାଶିଷ ନାୟକ, ଅନୁଗୋଳ ବସ୍‌ ମାଲିକ ସଂଘ ସମ୍ପାଦକ ସନ୍ତୋଷ ମିଶ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ସଂଘ ପକ୍ଷରୁ ୫୫. ନମ୍ବର ଜାତୀୟ ରାଜପଥ ଦୁରବସ୍ଥା ନେଇ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚଏଆଇ), ରାଜ୍ୟ ସରକାରଙ୍କୁ ବହୁବାର ଅଭିଯୋଗ କରାଯାଇଛି। ୨୦୨୧ ନଭେମ୍ବର ୧୧ରେ ଏନ୍‌ଏଚ୍‌ଏଆଇ, ରାଜ୍ୟ ସରକାର ଏବଂ ସଂଘ ମଧ୍ୟରେ ତ୍ରିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ଏଥିରେ ହସ୍ତକ୍ଷେପ କରି ୨୦୨୨ ଜୁନ୍‌ ସୁଦ୍ଧା ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଇତିମଧ୍ୟରେ ୪୫ ଦିନ ବିତିଯାଇଥିଲେ ମଧ୍ୟ ରାଜପଥ ନିର୍ମାଣରେ ସାମାନ୍ୟ ଅଗ୍ରଗତି ହୋଇ ନାହିଁ। ଫଳରେ ଏହି ରୁଟ୍‌ରେ ବସ ଚଳାଇବା ସମ୍ଭବ ନୁହେଁ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri