ଆଜି ଢେଙ୍କାନାଳ, ଅନୁଗୋଳ, ତାଳଚେରକୁ ବସ୍‌ ବନ୍ଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ମଙ୍ଗୁଳିଠାରୁ ଅନୁଗୋଳକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୋହରୀକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଦୀର୍ଘ ୩ ବର୍ଷ ହେବ ରାସ୍ତା ନିର୍ମାଣ ଶେଷ ହେଉନାହିଁ। ଖାଲଖମାରେ ଭର୍ତ୍ତି ରାସ୍ତାରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ରାସ୍ତାରେ ଚଳାଚଳ କରୁଥିବା
ବସ୍‌ଗୁଡ଼ିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦରେ ଗୁରୁବାର ଏହି ରୁଟ୍‌ରେ ଢେଙ୍କାନାଳ, ଅନୁଗୋଳ ଏବଂ ତାଳଚେରକୁ ଚଳାଚଳ କରୁଥିବା ସମସ୍ତ ବସ୍‌ ସକାଳ ୬ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ। ଡିସେମ୍ବର ୨୪ରୁ ପ୍ରତୀକାତ୍ମକ ଭାବେ ବସ୍‌ଗୁଡ଼ିକରେ କଳାପତାକା ଲଗାଯିବ। ତଥାପି ପଦକ୍ଷେପ ନିଆ ନ ଗଲେ ଜାନୁୟାରୀ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ଓଡ଼ିଶା ରାଜ୍ୟ ବସ୍‌ ମାଲିକ ସଂଘର ସଭାପତି ଦେବାଶିଷ ନାୟକ, ଅନୁଗୋଳ ବସ୍‌ ମାଲିକ ସଂଘ ସମ୍ପାଦକ ସନ୍ତୋଷ ମିଶ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ସଂଘ ପକ୍ଷରୁ ୫୫. ନମ୍ବର ଜାତୀୟ ରାଜପଥ ଦୁରବସ୍ଥା ନେଇ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚଏଆଇ), ରାଜ୍ୟ ସରକାରଙ୍କୁ ବହୁବାର ଅଭିଯୋଗ କରାଯାଇଛି। ୨୦୨୧ ନଭେମ୍ବର ୧୧ରେ ଏନ୍‌ଏଚ୍‌ଏଆଇ, ରାଜ୍ୟ ସରକାର ଏବଂ ସଂଘ ମଧ୍ୟରେ ତ୍ରିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଶାସନ ସଚିବ ଏଥିରେ ହସ୍ତକ୍ଷେପ କରି ୨୦୨୨ ଜୁନ୍‌ ସୁଦ୍ଧା ରାସ୍ତା ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ଇତିମଧ୍ୟରେ ୪୫ ଦିନ ବିତିଯାଇଥିଲେ ମଧ୍ୟ ରାଜପଥ ନିର୍ମାଣରେ ସାମାନ୍ୟ ଅଗ୍ରଗତି ହୋଇ ନାହିଁ। ଫଳରେ ଏହି ରୁଟ୍‌ରେ ବସ ଚଳାଇବା ସମ୍ଭବ ନୁହେଁ ବୋଲି ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪: ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri