୪ର୍ଥ ତ୍ରୈମାସରେ ୮% ବଢ଼ିବ ଜିଡିପି

ଭୁବନେଶ୍ୱର,୩୧।୩(ଅନୁରାଧା ମହାରଣା): କ୍ରମାଗତ ଭାବେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଅଭିବୃଦ୍ଧି ଘଟୁଥିବା ବେଳେ ଚଳିତ ଆର୍ଥିକ ବର୍ଷର ଶେଷ ତ୍ରୈମାସିକ ଶେଷ ସୁଦ୍ଧା ଭାରତର ଜିଡିପି ୮%ରୁ ଅଧିକ ହେବ ବୋଲି ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଏକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି କିଛି କହିଛନ୍ତି।

ସେହିଭଳି ୨୦୨୪ ମାର୍ଚ୍ଚ ୩୧ରେ ଶେଷ ହେବାକୁ ଥିବା ଆର୍ଥିକ ବର୍ଷ ଶେଷ ତ୍ରୈମାସରେ ଭାରତର ଜିଡିପି ୮% କିମ୍ବା ତାଠାରୁ ଅଧିକ ବୃଦ୍ଧି ପାଇବାକୁ ଯାଉଛି। ସେହିପରି ଉନ୍ନତ ମୁଦ୍ରାସ୍ଫୀତି ପରିଚାଳନା ଏବଂ ମାକ୍ରୋ-ଅର୍ଥନୈତିକ ସ୍ଥିରତା କାରଣରୁ ୨୦୨୩-୨୪ ଆର୍ଥିକ ବର୍ଷର ଅର୍ଥନୈତିକ ଅଭିବୃଦ୍ଧିହାର ବିସ୍ତାର କରିବ ବୋଲି ସୀତାରାମନ ବିସ୍ତୃତ ଭାବେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ ଆୟୋଜିତ ଏକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେଇ ସୀତାରାମନ କହିଛନ୍ତି, ଚଳିତ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକରେ (ଅଭିବୃଦ୍ଧି) ୮% କିମ୍ବା ତାଠାରୁ ଅଧିକ ହେବ, ଯାହା ଦ୍ୱାରା ୨୦୨୩/୨୪ ରେ ଜିଡିପି ହାରାହାରି ୮% କିମ୍ବା ୮%ରୁ ଅଧିକ ହେବ। ୨୦୨୪ ଜାନୁଆରୀ-ମାର୍ଚ୍ଚ ତ୍ରୈମାସିକ ପାଇଁ ଭାରତର ଜିଡିପି ତଥ୍ୟ ମେ ୩୧ରେ ପ୍ରକାଶ ହେବାର କାର୍ଯ୍ୟକ୍ରମ ରହିଛି।
ତେବେ ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ଏସିଆର ତୃତୀୟ ବୃହତ୍ତମ ଅର୍ଥନୀତି ବର୍ଷ ତୁଳନାରେ ୮.୪% ବୃଦ୍ଧି ପାଇଛି, ଯାହା ପୂର୍ବ ତ୍ରୈମାସରେ ରେକର୍ଡ ହୋଇଥିବା ୭.୬% ଅଭିବୃଦ୍ଧି ଠାରୁ ଅଧିକ। ସରକାରଙ୍କ ସଦ୍ୟତମ ଆକଳନ ଅନୁଯାୟୀ ଚଳିତ ଆର୍ଥିକ ବର୍ଷରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଭାରତର ଅର୍ଥନୀତି ୭.୬% ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri