‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’: ବ୍ୟବସାୟରେ ସ୍ବଚ୍ଛତା ଗୁରୁତ୍ୱ ବହନ କରେ

ଭୁବନେଶ୍ୱର,୨୩।୩(ଅସମାପିକା ସାହୁ): ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’ ଶନିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର ଏହି ଚତୁର୍ଥ ସଂସ୍କରଣରେ ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ସ୍ବାଗତ ଭାଷଣ ଦେବା ସହିତ କାର୍ଯ୍ୟକ୍ରମ ଉଦ୍ଦେଶ୍ୟରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ ଉଦ୍ୟୋଗପତି ସଲିଲ ପାଣିଗ୍ରାହୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ଇଲୋକେଟ୍ରାନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ।


‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଥିଲେ, ଟେକ୍ନୋଲୋଜିର ଯେତେ ଅଭିବୃଦ୍ଧି ହେଲେ ବି ଯାହାର ଆବଶ୍ୟକତା ଯେମିତି ରହିଛି ତାହା ସେମିତି ରହିବ। ମଣିଷର କ୍ଷମତା ରହିଛି ସବୁ ଟେକ୍ନୋଲୋଜିକୁ ସାମ୍ନା କରିପାରିବ। ଆମେ ଭାବୁଛୁ ଆମର ବୟସ ହୋଇଗଲାଣି, ଆମେ ଟେକ୍ନୋଲୋଜି ବ୍ୟବହାର କରିପାରିବା ନାହିଁ। ମାତ୍ର ଟେକ୍ନୋଲୋଜି ସବୁ ବର୍ଗ ପାଇଁ ଉଦ୍ଦିଷ୍ଟ ବୋଲି ତଥାଗତ କହିଥିଲେ।


ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦ଜଣ ଉଦ୍ୟୋଗୀଙ୍କୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଶୋଭନା ମିଶ୍ର ସଂଯୋଜନା କରିଥିଲେ। ଜେଏସ୍‌ଡ଼ବ୍ଲ୍ୟୁ, ଏମ୍‌ଜିଏମ୍‌ ମିନେରାଲ୍‌ସ ଲିମିଟେଡ୍‌, ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାଓ୍ବାର, ଏଏମ୍‌/ଏନ୍‌ଏସ୍‌ ଇଣ୍ଡିଆ, ପାରାଦୀପ ଫସ୍‌ଫେଟ୍ସ ଲିମିଟେଡ୍‌, କାନାର ବ୍ୟାଙ୍କ୍‌, ଇମ୍ଫା, ଏସ୍‌ବିଆଇ, ଗୁରୁକୁଳ, ଏସ୍‌ଏନ୍‌ଏମ୍‌ ଗ୍ରୁପ୍‌, ମେଟ୍ରୋ ଗ୍ରୁପ୍‌ କାର୍ଯ୍ୟକ୍ରମର ସ୍ପନ୍ସର ଥିବାବେଳେ ନ୍ୟୁଜ୍‌ ୧୮ ଓଡ଼ିଆ ମିଡିଆ ପାର୍ଟନର୍‌, ଓ୍ବିଫି ଇଣ୍ଟରନେଟ୍‌ ଇଣ୍ଟରନେଟ୍‌ ପାର୍ଟନର, ଅଜନ୍ତା ଆଡ୍‌ଭାଟାଇଜର୍ସ ଆଉଟ୍‌ଡୋର୍‌ ପାର୍ଟନର ଏବଂ ସମାଜବାଦୀ ସୋସାଇଟି ପାର୍ଟନର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri