୧୦୦୦ କୋଟିର କାରବାର ଆକଳନ

ନୂଆଦିଲ୍ଲୀ,୨୯।୧୦: ଭାରତୀୟ ପରମ୍ପରା ଓ ସଂସ୍କୃତିରେ ପର୍ବପର୍ବାଣିର ମହତ୍ତ୍ୱ ଅନେକ ରହିଛି। ଏପର ିକି ସବୁ ବର୍ଗର ଲୋକ ପର୍ବରେ ସାମିଲ ହୋଇ ଉତ୍ସାହିତ ହେବାକୁ ପସନ୍ଦ କରୁଥିବାବେଳେ ପର୍ବରେ ମଧ୍ୟ କିଣାକିଣି ଓ ସ୍ବତନ୍ତ୍ର ବସ୍ତୁର କ୍ରୟ ମଧ୍ୟ କରିଥାନ୍ତି। ଚଳିତ ଧନତେରସରେ ମଧ୍ୟ କାରବାର ବେଶ୍‌ ଉତ୍ସାହଜନକ ରହିବ ବୋଲି ଆଶା କରାଯାଉଛି। ସେହିଭଳି ଚଳିତ ଧନତେରସ ଉପଲକ୍ଷେ ଦେଶର ଅଳଙ୍କାର ବ୍ୟବସାୟୀମାନେ ଭଲ ବ୍ୟବସାୟ ଆଶାରେ ନୂତନ କଲେକ୍ସନ ସାଙ୍ଗକୁ ଅଫର ଓ ରିହାତିର ବ୍ୟାପକ ବ୍ୟବସ୍ଥା କରିଥିବାବେଳେ ଗତବର୍ଷ ଅପେକ୍ଷା ସୁନା କାରବାର ପ୍ରାୟ ୧୨ରୁ ୧୫% ବୃଦ୍ଧି ପାଇ ୧୦୦୦ କୋଟି ଛୁଇଁବ ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏଶନ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧନତେରସ ପାଇଁ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ଆକର୍ଷଣୀୟ ଅଫର ଓ ରିହାତି ଦିଆଯାଉଥିବାବେଳେ ଆଗାମୀ ବିବାହ ଋତୁକୁ ମିଶାଇ ଗ୍ରାହକ କିଣାକିଣି କରିବା ସହିତ ଦରବୃଦ୍ଧି ଆଶଙ୍କାରୁ ମଧ୍ୟ ରକ୍ଷା ପାଇବାକୁ ଏକ ସଙ୍ଗରେ କାରବାର କରିବେ ବୋଲି ଆସୋସିଏଶନ ପକ୍ଷରୁ ଆଶଙ୍କା କରାଯାଉଛି। ସେହିପରି କ୍ରମାଗତ ଭାବେ ଦରବୃଦ୍ଧିକୁ ନେଇ ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଆଶଙ୍କା ଦେଖାଦେଇଥିଲା ବେଳେ କାରବାରରେ ଉତ୍ସାହ ଭରିବା ପାଇଁ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକ ବ୍ୟାପକ ବ୍ୟବସ୍ଥା ଓ ସୁବିଧା ଗ୍ରାହକଙ୍କୁ ଯୋଗାଇଦେବାକୁ ପ୍ରସ୍ତୁତ ହେଉଛନ୍ତି। ଅପରପକ୍ଷରେ ଚଳିତବର୍ଷ ୨ ଦିନ ଧରି ଧନତେରସ ପାଳନ ହେବାକୁ ଥିଲାବେଳେ କାରବାର ବେଶ୍‌ ଭଲ ରହିବ ବୋଲି ଉଭୟ ଆସୋସିଏଶନ ଓ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକ ଆଶା ପ୍ରକଟ କରିଛନ୍ତି। ଉଲ୍ଲେଖଯୋଗ୍ୟ, ସୋମବାର ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ୍‌ ପିଛା ପ୍ରାୟ ୮୦, ୫୦୦ ଟଙ୍କା ଥିଲାବେଳେ ୨୨କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ପ୍ରାୟ ୭୪,୦୦୦ଟଙ୍କାରେ କାରବାର ହେଉଛି। ସେହିଭଳି ରୁପା ପ୍ରତି କେଜି ପିଛା ୧,୧୦,୦୦୦ ଟଙ୍କାରେ କାରବାର ହେଉଥିଲାବେଳେ ହୀରା ଓ ଅନ୍ୟାନ୍ୟ ମୂଲ୍ୟବାନ ଧାତୁର ଦର ଉଚ୍ଚ ରହିଛି। ସେହିପରି ଭୁବନେଶ୍ୱରରେ ମଧ୍ୟ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୮୦, ୫୦୦ ଟଙ୍କା ଥିଲାବେଳେ ୨୨ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ପ୍ରାୟ ୭୩,୦୦୦ଟଙ୍କାରେ କାରବାର ହେଉଛି। ଏପରି କି ରୁପା ଦର ପ୍ରତି କେଜି ପିଛା ୧,୧୦,୦୦୦ ଟଙ୍କାରେ କାରବାର ହେଉଥିଲାବେଳେ ହୀର ଓ ଅନ୍ୟାନ୍ୟ ମୂଲ୍ୟବାନ ଧାତୁର ଦର ୪୦,୦୦୦ରୁ ଅଧିକ ରହିଛି। ଅପରପକ୍ଷରେ ଦରବୃଦ୍ଧି କାରବାରରେ ବାଧକ ସାଜିପାରେ ବୋଲି ବଜାର ବିଶେଷଜ୍ଞ ଆଶଙ୍କା କରୁଥିବାବେଳେ ବ୍ୟବସାୟୀମାନେ କାରବାର ପୂର୍ବାପେକ୍ଷା ଭଲ ହେବ ଏବଂ ସେଥିପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ବୋଲି ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri