୭୦,୦୦୦ ଛୁଇଁଲା ସୁନା ଦର!

ନୂଆଦିଲ୍ଲୀ,୪।୪: ଘରୋଇ ବଜାରରେ ସୁନା ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପରିକି ସୁନା ଦର ଗତ କିଛି ସପ୍ତାହ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି। ବିଶେଷକରି ଅନ୍ତର୍ଜାତୀୟ ବଜାରରେ ସୁନା ଦର ବୃଦ୍ଧି ସାଙ୍ଗକୁ ୟୁଏସ୍‌ ଡଲାରର ପଏଣ୍ଟ ବଢ଼ିବା କାରଣରୁ ଘରୋଇ ବଜାରରେ ମଧ୍ୟ ସୁନା ଦର ପ୍ରଭାବିତ ହୋଇଛି। ଫଳରେ ଦର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଅପରପକ୍ଷରେ ମଧ୍ୟପ୍ରାଚ୍ୟ (ମିଡିଲ ଇଷ୍ଟ) ବଜାରରେ ଦେଖାଦେଇଥିତ୍ବା ଅସ୍ଥିରତା ଏବଂ ୟୁଏସ୍‌ ଫେଡେରାଲର ସୁଧ ହାର ବୃଦ୍ଧି ଏବଂ ଡଲାରର ମଜଭୁତ ସ୍ଥିତି ଯୋଗୁ ଦର ବୃଦ୍ଧି ହେଉଛି ବୋଲି ବଜାର ବିଶେଷଜ୍ଞମାନେ ଆଶଙ୍କା ପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଶେଷ ତ୍ରୈମାସଠାରୁ ସୁନା ଦର ବଢିବା ଆରମ୍ଭ କରିଥିଲା। ଏପରିକି ଚଳିତ ଆର୍ଥିକ ବର୍ଷର ପ୍ରଥମ ମାସର ପ୍ରଥମ ସପ୍ତାହ ମଧ୍ୟରେ ସୁନା ଦର ୨୪ କ୍ୟାରେଟ ସୁନାର ମୂଲ୍ୟ ଭୁବନେଶ୍ୱର ବଜାରରେ ପ୍ରାୟ ୭୦,୦୦୦ (୬୯,୯୨୭ ଟଙ୍କା) ରହିଥିଲାବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୬୪,୧୦୦ଟଙ୍କା ରହିଛି। ସେହିଭଳି ନୂଆଦିଲ୍ଲୀ ବଜାରରେ ୨୪ କ୍ୟାରେଟ ସୁନାର ମୂଲ୍ୟ ୭୦,୧୪୦ ଟଙ୍କା ରହିଥିଲାବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୬୩,୪୯୦ ଟଙ୍କାରେ କାରବାର ହେଉଛି। ଏପରିକି ଦେଶର ପ୍ରମୁଖ ମହାନଗର କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇ ଭଳି ଅଗ୍ରଣୀ ସୁନା ବଜାରର ଦର ଉଭୟ ୨୪ ଓ ୨୨ କ୍ୟାରେଟର ମୂଲ୍ୟ ୬୯,୦୦୦-୭୦,୦୦୦ ଏବଂ ୬୩,୦୦୦-୬୩,୫୦୦ ଟଙ୍କାରେ ରହିଛି।

ସେହିପରି ଆଗକୁ ବିଭାଘର ଓ ମାଙ୍ଗଳିକ ସାଙ୍ଗକୁ ବିଭିନ୍ନ ପ୍ରକାରର ଶୁଭ କାର୍ଯ୍ୟ ରହିଥିବାରୁ ସୁନା ଦର ବୃଦ୍ଧି ଉଭୟ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଆଶଙ୍କା ଦେଖାଦେଇଛି। ଏପରିକି ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଘରୋଇ ବଜାରରେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ନୂଆ ନୂଆ ଡିଜାଇନ ଓ ରିହାତି ସାଙ୍ଗକୁ ଅଫର ମଧ୍ୟ ଘୋଷଣା କରିଛନ୍ତି। ଅପରପକ୍ଷରେ ଗ୍ରାହକ ମଧ୍ୟ ଚଳିତ ଲୋକ ସଭା ନିର୍ବାଚନ ପରେ ଦରରେ ସୁଧାର ଆସିବା ଓ ବଜାର ପରିସ୍ଥିତିକୁ ନଜରରେ ରଖି କାରବାର (କିଣାକିଣି) କରିବେ ବୋଲି ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri