‘ହାଲୋ, ମୁଁ ଲଶ୍କରର CEO କହୁଛି’…ଆର୍‌ବିଆଇକୁ ଆସିଲା ଧମକପୂର୍ଣ୍ଣ କଲ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ଆସିଛି ଧମକପୂର୍ଣ୍ଣ କଲ୍‌। ବ୍ୟାଙ୍କର ଗ୍ରାହକ ସେବା(କଷ୍ଟମର କେୟାର) ନମ୍ବରକୁ ଜଣେ ଫୋନ୍‌ କରି ନିଜକୁ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ସିଇଓ ବୋଲି ପରିଚୟ ଦେଇଥିଲେ। ଶନିବାର ସକାଳ ୧୦ଟାରେ ଏହି ଫୋନ୍‌ ଆସିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଅପରପକ୍ଷେ ପୋଲିସ ଘଟଣାକୁ ଗମ୍ଭୀରତା ସହ ନେଇ ତଦନ୍ତ ଆରମ୍ଭ କରିଛି। ଏନେଇ ମାତା ରାମାବାଇ ମାର୍ଗ ଥାନାରେ ମାମଲା ରୁଜୁ ହୋଇଛି। କେହି ମଜାରେ ଏଭଳି ଫୋନ କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଥିଲେ ହେଁ କଲ୍‌ କରିଥିବା ବ୍ୟକ୍ତିଙ୍କୁ ଖୋଜୁଛି।

କହିରଖୁଛୁ, ଆର୍‌ବିଆଇକୁ ଏଭଳି ଧମକପୂର୍ଣ୍ଣ କଲ୍‌ ମିଳିବା ନୂଆ କଥା ନୁହେଁ। ଗତ ୨ ମାସ ମଧ୍ୟରେ ଏଭଳି କଲ୍‌କୁ ନେଇ ଅନେକ ମାମଲା ରୁଜୁ ହୋଇଛି। ଦେଶର ଅନେକ ବିମାନବନ୍ଦର, ସ୍କୁଲ ଏବଂ ଅନ୍ୟାନ୍ୟ ସ୍ଥାନକୁ ଧମକପୂର୍ଣ୍ଣ କଲ୍‌ କରାଯାଉଛି। ଏପରିକି ବୋମାରେ ଉଡାଇ ଦେବାକୁ ଧମକ ଦେଉଛନ୍ତି। ପରେ ଏସବୁ ମାମଲା ମିଥ୍ୟା ବୋଲି ଜଣାପଡ଼ୁଛି। ବିଶେଷକରି ବିମାନ ସେବା କ୍ଷେତ୍ରକୁ ଧମକ ଅଧିକ ଆସୁଥିବାରୁ ଅନେକ ବିମାନ କ୍ରମାଗତ ଭାବେ ପ୍ରଭାବିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri