ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ସହ କାବିଲର ବୁଝାମଣା

ନୂଆଦିଲ୍ଲୀ,୧୧।୪: ଦେଶର ପ୍ରମୁଖ ପ୍ରତିଷ୍ଠାନ ତଥା କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ଅଗ୍ରଣୀ ଅନୁଷ୍ଠାନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍‌ଏମ୍‌ଟି) ବା ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଏବଂ ଖଣିଜ ବିଦେଶ ଇଣ୍ଡିଆ ଲିମିଟେଡ୍‌ ବା କାବିଲ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି କ୍ରିଟିକାଲ୍‌ ମିନେରାଲ କ୍ଷେତ୍ରରେ ଜ୍ଞାନ ଏବଂ ବୈଷୟିକ ସହଯୋଗ ନିମନ୍ତେ କାବିଲ୍‌ ଓ ସିଏସ୍‌ଆଇଆର-ଆଇଏମ୍‌ଏମ୍‌ଟି ମଧ୍ୟରେ ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏହି ପରିପ୍ରେକ୍ଷୀରେ ନାଲ୍‌କୋର କର୍ପୋରେଟ କାର୍ଯ୍ୟାଳୟ ଭୁବନେଶ୍ୱରଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ନାଲ୍‌କୋର ସିଏମ୍‌ଡି ତଥା କାବିଲ୍‌ର ଚେୟାରମ୍ୟାନ୍‌ ଶ୍ରୀଧର ପାତ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣା ନାଲ୍‌କୋ ନିର୍ଦ୍ଦେଶକ(ବାଣିଜି୍ୟକ) ତଥା କାବିଲ୍‌ ସିଇଓ ସଦାଶିବ ସାମନ୍ତରାୟ ଏବଂ ସିଏସ୍‌ଆଇଆର-ଆଇଏମ୍‌ଏମ୍‌ଟିର ନିର୍ଦ୍ଦେଶକ ଡ.ରାମାନୁଜ ନାରାୟଣଙ୍କ ଦ୍ୱାରା ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି।
ଉକ୍ତ ଏମ୍‌ଓୟୁ ଦ୍ୱାରା କାବିଲ୍‌, ଆଇଏମ୍‌ଏମ୍‌ଟିର ବିଭିନ୍ନ ବୈଷୟିକ ଜ୍ଞାନକୌଶଳ ଏବଂ ସେବା ସମୂହକୁ ଉପଯୋଗ କରିପାରିବ। ଧାତବ ପରୀକ୍ଷଣ କାର୍ଯ୍ୟ ଓ ଯୋଜନାଗୁଡ଼ିକର ଡିଜାଇନ୍‌ ଏବଂ ବିଶ୍ଳେଷଣ, ପ୍ରସେସ ଫ୍ଲୋ ସିଟ୍‌ଗୁଡ଼ିକର ବିକାଶ ଏବଂ ସମୀକ୍ଷା, ଖଣିଜ ପଦାର୍ଥ ପ୍ରକ୍ରିୟାକରଣ ନିମନ୍ତେ ପ୍ରକ୍ରିୟା ପ୍ରଯୁକ୍ତିର ଚୟନ,ବେନେଫିସିଏସନ ଏବଂ ଧାତୁ ଉତ୍ତୋଳନ କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯିବ ଏହି ଏମ୍‌ଓୟୁ ମାଧ୍ୟମରେ ଦୁଇ ଅନୁଷ୍ଠାନ ମିଳିତ ଗବେଷଣା ଆରମ୍ଭ କରିବା ସହ ବୈଜ୍ଞାନିକ ସୂଚନା ଆଦାନ ପ୍ରଦାନ ଦିଗରେ ମଧ୍ୟ କାର୍ଯ୍ୟ କରିବେ।

ଏ ସମ୍ପର୍କରେ ନାଲ୍‌କୋର ସିଏମଡି ତଥା କାବିଲ୍‌ର ଚେୟାରମ୍ୟାନ ପାତ୍ର କହିଛନ୍ତି, ଏହି ସହଯୋଗ କ୍ରିଟିକାଲ୍‌ ମିନେରାଲ ଅନୁସନ୍ଧାନ ପାଇଁ ଏକ ଉନ୍ନତ ପରିବେଶ ସୃଷ୍ଟି କରିବ। ଏପରିକି ଖଣିଜ ଏବଂ ଧାତବ କ୍ଷେତ୍ରଗୁଡ଼ିକରେ ବୈଜ୍ଞାନିକ ଅନୁସନ୍ଧାନ ଏବଂ ପ୍ରଯୁକ୍ତିବିଦ୍ୟାର ବିକାଶ ସହ ଭାରତୀୟ ଖଣି ଶିଳ୍ପର ଅଭିବୃଦ୍ଧି ତଥା ସ୍ଥିରତା ପାଇଁ ଅତ୍ୟନ୍ତ ଜରୁରୀ ଏବଂ ଦେଶର ଖଣିଜ ସୁରକ୍ଷା ତଥା ଘରୋଇ ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
ଉଲ୍ଲେଖଯୋଗ୍ୟ, କାବିଲ୍‌ ହେଉଛି ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ତତ୍ତ୍‌ାବଧାନରେ ଥିବା ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ), ହିନ୍ଦୁସ୍ଥାନ କପର ଲିମିଟେଡ୍‌ (ଏଚ୍‌ସିଏଲ୍‌) ଏବଂ ମିନେରାଲ୍‌ ଏକ୍ସପ୍ଲୋରେସନ୍‌ ଆଣ୍ଡ କନ୍ସଲଟାନ୍ସି ଲିମିଟେଡ୍‌ (ଏମ୍‌ଇସିଏଲ୍‌) ର ଏକ ମିଳିତ ଉଦ୍ୟମ । କାବିଲ୍‌ର ମୁଖ୍ୟ କାର୍ଯ୍ୟଗୁଡ଼ିକ ମଧ୍ୟରେ କ୍ରିଟିକାଲ୍‌ ଏବଂ ଷ୍ଟ୍ରାଟେଜିକ ମିନେରାଲମାନଙ୍କର ଚିହ୍ନଟ, ଅନୁସନ୍ଧାନ, ଅଧିଗ୍ରହଣ, ବିକାଶ, ଉତ୍ତୋଳନ, ପ୍ରକ୍ରିୟାକରଣ ଏବଂ କ୍ରୟ ଇତ୍ୟାଦି ଅନ୍ୟତମ । ଏହା ଦେଶରେ ଖଣିଜ ଯୋଗାଣ ଓ ନିରାପତ୍ତା ସୁନିଶ୍ଚିତ କରିବା ତଥା ମେକ୍‌ ଇନ୍‌ ଇଣ୍ଡିଆ ସ୍ବପ୍ନ ପୂରଣ ଦିଗରେ ମୁଖ୍ୟ ଭୂମିକା ନିର୍ବାହ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଦୀପାବଳି ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା! ୭-୮% ମହଙ୍ଗା ହେବ…

ନୂଆଦିଲ୍ଲୀ,୨୨।୯: ଆଗକୁ ଆସୁଛି ଦଶହରା, ଛଠ ପୂଜା ଓ ଦୀପାବଳି ଭଳି ବଡ଼ ପାର୍ବଣ। ପାର୍ବଣ ପାଇଁ ଲୋକେ ପ୍ରସ୍ତୁତିରେ ବ୍ୟସ୍ତ ଥିବା ବେଳେ ବଢ଼ୁଥିବା ମହଙ୍ଗା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?