ଡା. ଶିତିକଣ୍ଠ ଦାଶଙ୍କୁ ବିଜୁରତ୍ନ ସମ୍ମାନ

ଭୁବନେଶ୍ୱର,୭।୩: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା କଳିଙ୍ଗ ହସ୍ପିଟାଲ ଲିମିଟେଡ୍‌ର ଅଧ୍ୟକ୍ଷ ଡା. ଶିତିକଣ୍ଠ ଦାଶଙ୍କୁ ନିକଟରେ ବିଜୁରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି। ବିଶେଷକରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଓ ଦୀର୍ଘଦିନର ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ଇଣ୍ଟରଭ୍ୟୁ ଟାଇମ୍ସ ପକ୍ଷରୁ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଦି ଇଣ୍ଟରିଭ୍ୟୁ ଟାଇମ୍ସ ପକ୍ଷରୁ ରାଜ୍ୟର ପ୍ରତିଷ୍ଠିତ ବ୍ୟକ୍ତିବିଶେଷ ଓ ଉଦ୍ୟୋଗୀଙ୍କର ଉଦ୍ୟମକୁ ଉତ୍ସାହିତ କରିବା ଲକ୍ଷ୍ୟ ନେଇ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ-୨୦୨୪ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଦ୍ମ ବିଭୂଷଣ ସୁଦର୍ଶନ ସାହୁ, ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ ଉଦ୍‌ଘାଟକ ଭାବେ ଯୋଗଦେଇଥିବା ବେଳେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଭି. ଭି. ଯାଦବ, ଓଟିଡିସି ଚେୟାରମ୍ୟାନ୍‌ ଲେନିନ୍‌ ମହାନ୍ତି, ବିଧାୟକ ସୁରେଶ କୁମାର ରାଉତରାୟ, ଓରେରା ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ, ଏସ୍‌ବିଆଇର ସିଜିଏମ୍‌ ଦିନେଶ ପୃଥୀ, ଟିପି ମାଇନ୍ସର ମୁଖ୍ୟ ତାରିଣୀ ପ୍ରସାଦ ମହାନ୍ତିଙ୍କ ସମେତ ଆଇଟି ମିଡିଆ ନେଟ୍‌ୱର୍କର ଅଧ୍ୟକ୍ଷ ଶୁବାଶିଷ ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏପରିକି ମୁଖ୍ୟବକ୍ତା ଭାବେ ଓମ୍‌କାର ମହାନ୍ତି ଉକ୍ତ ଉତ୍ସବରେ ଯୋଗଦାନ କରିଥିଲେ। ସେହିଭଳି କାର୍ଯ୍ୟକ୍ରମ ପ୍ରାରମ୍ଭରେ ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ସମୂହ ସମ୍ପାଦକ ଦିବ୍ୟଜିତ୍‌ ସାହୁ ସ୍ବାଗତ ଭାଷଣ ରଖିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଏପରିକି ପ୍ରାରମ୍ଭିକ ଅଧିବେଶନପରେ ଡା. ବି. କେ. ଦାସ (ଡିଜି, ଇସିଏସ୍‌, ଡିଆର୍‌ଡିଓ), ପ୍ରଫେସର୍‌ ମାଧବାନନ୍ଦ କର (ନିର୍ଦ୍ଦେଶକ ଏଆଇଏମ୍ସ, ମଙ୍ଗଳଗିରି), ଡା. ଶିତିକଣ୍ଠ ଦାଶ(ପରିଚାଳନା ନିର୍ଦ୍ଦେଶକ, କଳିଙ୍ଗ ହସ୍ପିଟାଲ), କାର୍ତ୍ତିକେଶ୍ୱର ପାତ୍ର (ଅଧ୍ୟକ୍ଷ, ଜିସିଏମ୍ପିଲ୍‌), ଶିବପ୍ରସାଦ ମହାନ୍ତି (ମୁଖ୍ୟ ନିର୍ଦ୍ଦେଶକ, ଏଚ୍ୟୁଆର୍‌ଏଲ୍‌) ଙ୍କୁ ସମ୍ମାନଜନକ ବିଜୁରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅପରପକ୍ଷରେ ସୁନୀଲ କାୟଲ୍‌(ପରିଚାଳନା ନିର୍ଦ୍ଦେଶକ, ରାଉରକେଲା ଚାମ୍ବର ଅଫ୍‌ ଇଣ୍ଡଷ୍ଟ୍ରିଜ୍‌), ଏସ୍‌. ବି. ଗୁପ୍ତା (ପରିଚାଳନା ନିର୍ଦ୍ଦେଶକ, ଆର୍‌ ବି କନ୍‌ଷ୍ଟ୍ରକ୍ସନ)ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଥିଲାବେଳେ ବାଣିଜ୍ୟ କ୍ଷେତ୍ରରେ ଖ୍ୟାତି ଅର୍ଜନ କରିଥିବା ୩୪ଜଣ ସଫଳ ବ୍ୟକ୍ତିତ୍ୱଙ୍କୁ ନିଜର ଉଲ୍ଲେଖନୀୟ ଅବଦାନ ପାଇଁ ‘ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ-୨୦୨୪’ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri