ଏସ୍‌ବିଆଇ ଭୁବନେଶ୍ୱର ମଣ୍ଡଳର ବ୍ୟବସାୟିକ ସଫଳତା

ଭୁବନେଶ୍ୱର,୧୨।୧ : ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଭୁବନେଶ୍ବର ମଣ୍ଡଳର ବ୍ୟବସାୟିକ ସଫଳତା ଏକ ନୂଆ କୀର୍ତ୍ତିମାନ ସୃଷ୍ଟି କରିଛି। ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ କାରବାର ଶେଷ ସୁଦ୍ଧା ମୋଟ ବ୍ୟବସାୟିକ ସ୍ତର ୨ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଥିବା ମଣ୍ଡଳ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ମଣ୍ଡଳ ପ୍ରଥମ ଥର ପାଇଁ ନୂତନ ବ୍ୟବସାୟିକ କୀର୍ତ୍ତି ସ୍ଥାପନ କରିପାରିଛି। ଏହି ପରିପ୍ରେକ୍ଷୀରେ ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ବ୍ୟାଙ୍କର ସମସ୍ତ ଗ୍ରାହକ ଓ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ଗ୍ରାହକଙ୍କ ବିଶ୍ୱାସ ବ୍ୟାଙ୍କ ପ୍ରତି ଅତୁଟ ରହିଥିବାରୁ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳର ସଫଳତାର ଏହି ସ୍ତର ପର୍ଯ୍ୟନ୍ତ ପହଞ୍ଚତ୍ପାରିଛି।

ଅପରପକ୍ଷରେ ଏସ୍‌ବିଆଇ ସ୍ଥାନୀୟ ପ୍ରଧାନ କାର୍ଯ୍ୟାଳୟଠାରେ ଏକ ସ୍ବତନ୍ତ୍ର ସମାରୋହ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବ୍ୟାଙ୍କର ସମସ୍ତ କର୍ମଚାରୀଙ୍କ ସହ ମଣ୍ଡଳ ପରିଚାଳନା ସମିତିର ଅଧିକାରୀଗଣ କେକ୍‌ କାଟି ଉକ୍ତ ସମାରୋହକୁ ପାଳନ କରିଥିଲେ। ଏହି ଅବସରରେ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳର ସମସ୍ତ ଜୋନ୍‌, କ୍ଷେତ୍ର ଓ ଶାଖା ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦାନ କରିଥିଲେ।
ଉଲ୍ଲେଖଯୋଗ୍ୟ, ଏସ୍‌ବିଆଇ ମୁଖ୍ୟ ମହାପ୍ରବନ୍ଧକ ଶର୍ମା ସରକାରୀ କାର୍ଯ୍ୟକର୍ତ୍ତା, କର୍ମଚାରୀବୃନ୍ଦ ଓ ମୁଖ୍ୟତଃ ଗ୍ରାହକ ଓ ଜନସାଧାରଣଙ୍କୁ ଏହି ଗୌରବ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri