ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ ଭାବେ ଦଖଲ କରିବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବାରୁ ନନ୍ଦପୁର ପୋଲିସ ଶନିବାର ଚଢ଼ାଉ କରିଛି।

ଥାନାଧିକାରୀ ତ୍ରିନାଥ ତୋଟାପାଡିଆଙ୍କ ନେତୃତ୍ୱରେ ପୋଲିସ ଦଳ ରାସ୍ତା ଉପରେ ବିକ୍ରି ପାଇଁ ରଖାଯାଇଥିବା ଦୁଇଟି ଦୋକାନର ସାମଗ୍ରୀ ଜବତ କରି ଥାନାକୁ ଆଣିଛନ୍ତି।

ସାଧାରଣ ଲୋକଙ୍କ ଅଭିଯୋଗ ଓ ବୃଦ୍ଧି ପାଉଥିବା ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି ପୂର୍ବରୁ ବହୁବାର ବ୍ଲକ ସଦର ଅଞ୍ଚଳର ଦୋକାନୀମାନଙ୍କୁ ରାସ୍ତା ଉପରେ ସାମଗ୍ରୀ ନ ରଖିବାକୁ ସଚେତନ କରାଯାଇଥିଲା। କିନ୍ତୁ ପୋଲିସର ସତର୍କବାଣୀକୁ ଅଣଦେଖା କରାଯାଇଥିବାରୁ ଏହି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ଦୁଇ ଦୋକାନୀଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ରାସ୍ତା ଦଖଲ କରି ବ୍ୟବସାୟ କରୁଥିବା ଅନ୍ୟ ବ୍ୟବସାୟୀମାନଙ୍କ ପାଇଁ ଏହା ଦୃଷ୍ଟାନ୍ତ ସୃଷ୍ଟି କରିବ ବୋଲି ଥାନାଧିକାରୀ ତ୍ରିନାଥ ତୋଟାପାଡିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?