ବ୍ୟବସାୟୀଙ୍କୁ ଜିଏସ୍‌ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି

ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର କନଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଟିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ, ଏସ୍‌ପି ଏବଂ ଜିଏସ୍‌ଟି ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବ୍ୟବସାୟୀଙ୍କ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ମାରକପତ୍ରରେ ନିବେଦନ କରାଯାଇଛି।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ଗତ ଫେବୃୟାରୀ ମାସ ୧୪ତାରିଖ ପୁଲୱାମା ଆକ୍ରମକୁ ନେଇ ଦେଶରେ କଳା ଦିବସ ପାଳନ କରାଯାଉଥିବା ବେଳେ ବରଗଡ଼ ସହରର ବ୍ୟବସାୟୀ ସଞ୍ଜୟଙ୍କ ଘରକୁ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ପହଞ୍ଚିଥିଲେ। ସଞ୍ଜୟ ଏବଂ ତାଙ୍କ ବୃଦ୍ଧା ମା’ ଶଯ୍ୟାଶାୟୀ ଥିବାବେଳେ ସେମାନେ ଉଭୟ ମା’, ପୁଅଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସାଧୀନ ରହିଥିବା ସୂଚନା ଦିଆଯାଇଛି। ଏହା ପୂର୍ବରୁ ମଧ୍ୟ ଏଭଳି ଚଢ଼ାଉ ବେଳେ ୨୦୨୪ ଅକ୍ଟୋବର ୨୮ତାରିଖ ଜଣେ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।
ଟିକସ ସଂଗ୍ରହ ଏବଂ ଦେଶର ଅର୍ଥନୈତିକ ବିକାଶରେ ବ୍ୟବସାୟୀଙ୍କ ପ୍ରମୁଖ ଭୂମିକା ରହିଥିବାବେଳେ ଅଧିକାରୀମାନଙ୍କ ଦ୍ୱାରା ସେମାନଙ୍କୁ ଦୁର୍ବ୍ୟବହାର ଏବଂ ଭୟ ପ୍ରଦର୍ଶନ ଆଦୌ ଗ୍ରହଣୀୟ ନୁହେଁ। ଏହି ଦୃଷ୍ଟିରୁ ଭବିଷ୍ୟତରେ ଯେଭଳି ସେଭଳି ଘଟଣାର ପୁନରାବୃତ୍ତି ନ ଘଟେ ଏବଂ ଦୁର୍ବ୍ୟହାର ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସିଏଆଇଟି ସ୍ମାରକପତ୍ରରେ ଦାବି କରିଛି। ସିଏଆଇଟିର ଜାତୀୟ ଉପସଭାପତି ଆର.କେ ଶୁକ୍ଲାଙ୍କ ନେତୃତ୍ୱରେ ଅନେକ ବ୍ୟବସାୟୀ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳ, ଏସ୍‌ପି ଏବଂ ଜିଏସ୍‌ଟି ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri