ବ୍ୟବସାୟୀଙ୍କୁ ଜିଏସ୍‌ଟି ଅଧିକାରୀଙ୍କ ଦୁର୍ବ୍ୟବହାର ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ଦାବିକଲା ସିଏଆଇଟି

ବରଗଡ଼,୧୭।୨(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହରର ବ୍ୟବସାୟୀଙ୍କ ସଞ୍ଜୟ ଅଗ୍ରୱାଲଙ୍କ ବାସଭବନରେ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ଅତର୍କିତ ଚଢ଼ାଉ କରି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏ ନେଇ ସୋମବାର କନଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଟିଆ ଟ୍ରେଡର୍ସ(ସିଏଆଇଟି) ପକ୍ଷରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉଦ୍ଦେଶ୍ୟରେ ବରଗଡ଼ ଜିଲାପାଳ, ଏସ୍‌ପି ଏବଂ ଜିଏସ୍‌ଟି ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ବ୍ୟବସାୟୀଙ୍କ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସ୍ମାରକପତ୍ରରେ ନିବେଦନ କରାଯାଇଛି।
ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ଗତ ଫେବୃୟାରୀ ମାସ ୧୪ତାରିଖ ପୁଲୱାମା ଆକ୍ରମକୁ ନେଇ ଦେଶରେ କଳା ଦିବସ ପାଳନ କରାଯାଉଥିବା ବେଳେ ବରଗଡ଼ ସହରର ବ୍ୟବସାୟୀ ସଞ୍ଜୟଙ୍କ ଘରକୁ ସିଜିଏସ୍‌ଟି ଏବଂ ଏସ୍‌ଜିଏସ୍‌ଟିର ଏକ ଟିମ୍‌ ପହଞ୍ଚିଥିଲେ। ସଞ୍ଜୟ ଏବଂ ତାଙ୍କ ବୃଦ୍ଧା ମା’ ଶଯ୍ୟାଶାୟୀ ଥିବାବେଳେ ସେମାନେ ଉଭୟ ମା’, ପୁଅଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସାଧୀନ ରହିଥିବା ସୂଚନା ଦିଆଯାଇଛି। ଏହା ପୂର୍ବରୁ ମଧ୍ୟ ଏଭଳି ଚଢ଼ାଉ ବେଳେ ୨୦୨୪ ଅକ୍ଟୋବର ୨୮ତାରିଖ ଜଣେ ଗହଣା ବ୍ୟବସାୟୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।
ଟିକସ ସଂଗ୍ରହ ଏବଂ ଦେଶର ଅର୍ଥନୈତିକ ବିକାଶରେ ବ୍ୟବସାୟୀଙ୍କ ପ୍ରମୁଖ ଭୂମିକା ରହିଥିବାବେଳେ ଅଧିକାରୀମାନଙ୍କ ଦ୍ୱାରା ସେମାନଙ୍କୁ ଦୁର୍ବ୍ୟବହାର ଏବଂ ଭୟ ପ୍ରଦର୍ଶନ ଆଦୌ ଗ୍ରହଣୀୟ ନୁହେଁ। ଏହି ଦୃଷ୍ଟିରୁ ଭବିଷ୍ୟତରେ ଯେଭଳି ସେଭଳି ଘଟଣାର ପୁନରାବୃତ୍ତି ନ ଘଟେ ଏବଂ ଦୁର୍ବ୍ୟହାର ପ୍ରଦର୍ଶନ କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସିଏଆଇଟି ସ୍ମାରକପତ୍ରରେ ଦାବି କରିଛି। ସିଏଆଇଟିର ଜାତୀୟ ଉପସଭାପତି ଆର.କେ ଶୁକ୍ଲାଙ୍କ ନେତୃତ୍ୱରେ ଅନେକ ବ୍ୟବସାୟୀ ସ୍ମାରକପତ୍ର ପ୍ରଦାନ ପାଇଁ ଜିଲାପାଳ, ଏସ୍‌ପି ଏବଂ ଜିଏସ୍‌ଟି ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କର୍ମୀଙ୍କ ଦାବିକୁ ଅଣଦେଖା, ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର ଦାବି ସମୂହ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଅଙ୍ଗନୱାଡି...

ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼, ୧୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଥୁଆଙ୍ଗପଦର ପାଟଖଣ୍ଡା ବୁଢାରଜା ଝାମୁଯାତ୍ରା ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ସମ୍ପନ୍ନ...

ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ: ବାପପୁଅଙ୍କ ସମେତ ୩ ମୃତ, ଖାରିପଲ୍ଲୀ ଗାଁରେ ଉତ୍ତେଜନା

ଧରାକୋଟ/ବ୍ରହ୍ମପୁର,୧୮ା୩(ବିଷ୍ଣୁକେଶରୀ ଆଚାର୍ଯ୍ୟ/ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ପୁଣିଥରେ ମୁଣ୍ଡ ନେଇଛି। ବଡ଼ଗଡ଼ ଥାନା ଅନ୍ତର୍ଗତ ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ...

ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଘୁମୁସର ବନଖଣ୍ଡ ସମ୍ବର୍ଦ୍ଧିତ: ଦକ୍ଷିଣ ବନଖଣ୍ଡର ୧୬, ଉତ୍ତର ବନଖଣ୍ଡର ୭ ସମ୍ବର୍ଦ୍ଧିତ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ)- ପୁରୀ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଗଞ୍ଜାମ ଜିଲା ଭଞ୍ଜନଗର ଦକ୍ଷୀଣ ଘୁମୁସର ବନଖଣ୍ଡର ୧୬ ଜଣ ଏବଂ ଉତ୍ତର ଘୁମୁସର ବନଖଣ୍ଡର ୭...

ଦୁର୍ଘଟଣାରେ ଆଖି ବୁଜିଲେ ୨ ଯୁବକ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ )- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିରିକୋଟର ବାଳକୃଷ୍ଣ ପାତ୍ର(୪୦) ମଙ୍ଗଳବାର ନିଜ ଘର ସମ୍ମୁଖରେ ଅସାବଧାନତା ବଶତଃ ଝୁଣ୍ଟି ପଡିବାରୁ...

ଖବର ପ୍ରକାଶ ପରେ ମରାମତି ହେଲା ପ୍ରକଳ୍ପ, ଧନ୍ୟବାଦ ଜଣାଇଲେ ଗ୍ରାମବାସୀ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ନଦୀ ପଡାରେ ୧୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ଏଠାରେ ଥିବା ଏକମାତ୍ର...

ଅଜା, ଆଈ ଭରସାରେ ଭିନ୍ନକ୍ଷମ ଜଗଦୀଶ

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମା’ବାପା ମାନସିକ ରୋଗାକ୍ରାନ୍ତ ହୋଇଥିବାବେଳେ ସେମାନଙ୍କର ୫ ବର୍ଷର ଭିନ୍ନକ୍ଷମ ଶିଶୁପୁତ୍ର ଅଜା, ଆଈଙ୍କ ଭରସାରେ ଜୀବନ ବିତାଉଛନ୍ତି। ଏଭଳି...

ଲେଙ୍ଗୁମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୌର ପରିଷଦର ନୋଟିସ୍ -ଏଥର ଉଚ୍ଛେଦ ହେବ ତ !

ବରଗଡ, ୧୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ମସିହାରୁ ଦାବି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri