ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଅତିରିକ୍ତ ତହସିଲଦାରଙ୍କ ମାଡ଼ ମାରିବା ଭିଡିଓ ପ୍ରଥମେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବା ପରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ମାଜିଷ୍ଟ୍ରେଟ୍‌ଙ୍କ ଏଭଳି ଅମାନବୀୟ କାର୍ଯ୍ୟକୁ ବିଭିନ୍ନ ସଙ୍ଗଠନ ନିନ୍ଦା କରିବା ସହ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ବ୍ରଜରାଜନଗରର ମାନବାଧିକାର କର୍ମୀ ରବି ସୋନୀ ଶୁକ୍ରବାର ଏ ନେଇ ମାନବାଧିକାର କମିଶନରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହାର ତଦନ୍ତ କରାଯାଇ ସମ୍ପୃକ୍ତ ଅତିରିକ୍ତ ତହସିଲଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି। ଏଭଳି ସ୍ଥିତିରେ ଜିଲାପାଳ ସରୋଜ କୁମାର ସାମଲଙ୍କ ନିର୍ଦ୍ଦେଶରେ ଉପଜିଲାପାଳ ଶୁକ୍ରବାର ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମାଡ଼ ଖାଇଥିବା ବୃଦ୍ଧ ବ୍ୟବସାୟୀ ଦେବେନ ଝା ଓ ନାବାଳକ ପୁଅଙ୍କୁ ତାଙ୍କ ଘରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାକୁ ଅତିରିକ୍ତ ତହସିଲଦାର ତିର୍କୀଙ୍କୁ ମଧ୍ୟ ଡକାଯାଇଥିଲା। ଉପଜିଲାପାଳ ଶିବ ଟପ୍ପୋ ପଚରାଉଚରା କରି ଉଭୟ ପକ୍ଷଙ୍କ ବୟାନ ରେକର୍ଡ କରିଥିବା ଜଣାପଡିଛି। ଭାଇରାଲ୍‌ ହୋଇଥିବା ଭିଡ଼ିଓ ଦେଖିବା ପରେ ମାଜିଷ୍ଟ୍ରେଟ୍‌ ବ୍ୟବସାୟୀଙ୍କୁ କାହିଁକି ଓ କେଉଁ ପରିସ୍ଥିତିରେ ବାଡିରେ ପଟିଲେ ତାହାର ତଦନ୍ତ ଚାଲିଛି ବୋଲି ଉପଜିଲାପାଳ ଶିବ ଟପ୍ପୋ କହିଛନ୍ତି। ସେ ଆଉ କହିଛନ୍ତି, ତଦନ୍ତ କରାଯାଇ ସବିଶେଷ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯିବ। ଏହା ଉପରେ ଜିଲାପାଳ ଯାହାକିଛି ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri