ମହିଳାଙ୍କୁ ଆକ୍ରମଣ କରି ଟଙ୍କା, ଅଳଙ୍କାର ଲୁଟ କରିବା ପଡ଼ିଲା ମହଙ୍ଗା

ରାଇକିଆ,୪।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଗେଦିଙ୍ଗିଆ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଜଣେ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ ଓ ଆକ୍ରମଣ ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଲୁଟ୍‌ର ଶିକାର ହୋଇଥିବା ମହିଳା ଜଣଙ୍କ ହେଲେ ଜ୍ୟୋତ୍ସ୍ନା ରାଣୀ ମଲ୍ଲିକ।

ଜ୍ୟୋତ୍ସ୍ନା ଗତ ଜୁନ ୨୯ ତାରିଖରେ ନିଜ ପୁଅ ଏବଂ ନଣନ୍ଦ ସହ ଦୂବା ଗ୍ରାମରୁ ଚାଲିଚାଲି ଗେଦିଙ୍ଗିଆ ଗ୍ରାମକୁ ଆସୁଥିଲେ। ହେଲେ ପୁଅ ଓ ତାଙ୍କ ନଣନ୍ଦ ଥକି ଯିବାରୁ ଅନ୍ୟ ଜଣଙ୍କ ବାଇକ୍‌ରେ ସେମାନଙ୍କୁ ପଠାଇଦେଇ ନିଜେ ଏକୁଟିଆ ରାସ୍ତାରେ ଯାଉଥିଲେ।

ସେତିକିବେଳେ ତାଙ୍କୁ ଦେଖି ଅଭିଯୁକ୍ତ ସିଦ୍ଧାନ୍ତ ଦିଗାଲ ବେକକୁ ଟାଣି ଜଙ୍ଗଲ ଭିତରକୁ ନେଇଯିବା ସହ ସେ ପିନ୍ଧିଥିବା ସୁନା ଅଳଙ୍କାର ସହ ୨୨ଶହ ଟଙ୍କା ଛଡାଇ ନେମଇ ଆକ୍ରମଣ କରିଥିଲା । ଆକ୍ରମଣର ଶିକାର ହୋଇ ଜ୍ୟୋତ୍ସ୍ନା ସେଠାରେ ଚେତା ଶୂନ୍ୟ ହୋଇ ପଡିଥିଲେ। ତା’ ପର ଦିନ ଚେତା ଫେରିବା ପରେ ଗାଁକୁ ଫେରି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ସହ ଥାନାରେ ଅଭିଯୋଗ କରିଥିଲେ।

ରାଇକିଆ ଥାନା ଅଧିକାରୀ ଆଶୁତୋଷ ପାଇକରାୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଆହତ ଜ୍ୟୋତ୍ସ୍ନାକୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଇଥିଲେ। ଅନ୍ୟପକ୍ଷରେ ଅଭିଯୁକ୍ତ ସିଦ୍ଧାନ୍ତ ଦିଗାଲ ଲୁଟ କରିଥିବା ସୁନାକୁ ନେଇ ଜି ଉଦୟଗିରିର ଜଣେ ଲୁଗା ବ୍ୟବସାୟୀ ଜଗବନ୍ଧୁ ଦାସଙ୍କୁ ବିକ୍ରି କରିଥିଲେ । ପୋଲିସ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ସିଦ୍ଧାନ୍ତଙ୍କୁ ଗୁରୁବାର ରାଇକିଆ ବଜାରରୁ ଏବଂ ଲୁଟ୍‌ ସୁନା କିଣି ଥିବା ଅଭିଯୋଗରେ ଜଗବନ୍ଧୁଙ୍କୁ ଜି ଉଦୟଗିରି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ପୋଲିସ ତାଙ୍କଠାରୁ ଲୁଟ୍‌ ହୋଇଥିବା ସୁନା ଏବଂ ଟଙ୍କା ଜବତ କରିଛି । ଏନେଇ ରାଇକିଆ ଥାନାରେ ଏକ ମାମଲା(ନଂ.୯୦/୨୪) ରୁଜୁ ହୋଇଛି। ଖବରଦାତା ସମ୍ମିଳନୀରେ ଜି ଉଦୟଗିରି ଏସ୍‌ଡିପିଓ ବିଜୟ କୁମାର ବିଶି ଏହି ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ରାଇକିଆ ଥାନାରେ ଏକ ଲୁଟ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri