ଭଞ୍ଜନଗରରେ ବଢୁଛି ଦ୍ରୁତ ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା: ବ୍ୟବସାୟୀଙ୍କୁ ବାଇକ୍‌ ଧକ୍କା ଦେବା ପରେ ରାସ୍ତାରୋକୋ

ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଓ ସହରତଳି ଅଞ୍ଚଳରେ ଅଧିକାଂଶ ସମୟରେ ଦ୍ରୁତ ବାଇକ ଚାଳନା ଦେଖିବାକୁ ମିଳୁଛି। ଏଥିସହ ଅନ୍ୟାନ୍ୟ ଯାନବାହାନ ଗୁଡ଼ିକ ମଧ୍ୟ ସହର ଭିତରେ ଦ୍ରୁତ ଗତିରେ ଚଳ ପ୍ରଚଳ କରୁଛନ୍ତି। ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉ ନ ଥିବା ଯୋଗୁ ପ୍ରତ୍ୟେହ ସହର ଓ ଅନ୍ୟ ଅଞ୍ଚଳରେ ଛୋଟ ବଡ ଦୁର୍ଘଟଣା ଘଟୁଛି। ଏହିଭଳି ଘଟଣା କ୍ରମରେ ଶୁକ୍ରବାର ରାତି ପ୍ରାୟ ୭ ଟା ୩୦ ମିନିଟ ସମୟରେ ଭଞ୍ଜନଗର ସହର ରେଡକ୍ରସ ରୋଡ଼ ରେ ଜଣେ ଯୁବକ ଦ୍ରୁତ ଗତିରେ ବାଇକରେ ଯାଉଥିଲେ। ଏହି ସମୟରେ ରାସ୍ତାକଡ଼ରେ ଯାଉଥିବା ଜଣେ ବ୍ୟବସାୟୀ ଆହତ ହୋଇଥିଲେ । ଏହାପରେ ସଂପୃକ୍ତ ଅଞ୍ଚଳବାସୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ସେ ଘରକୁ ଫେରିଥିବା ଜଣାପଡିଛି । ରେଡ କ୍ରସ ରୋଡ ଭିଡ ରାସ୍ତା। ତେଣୁ ଉକ୍ତ ରାସ୍ତାରେ ଯାନବାହାନ ଚଳାଚଳ ଉପରେ ନଜର ରଖିବା ପାଇଁ ସାହି ବାସିନ୍ଦା ଅନେକ ସମୟରେ ପୋଲିସର ଦୃଷ୍ଟି ଆକର୍ଷଣ କରିଛନ୍ତି। କିନ୍ତୁ ପୋଲିସ ବିଭିନ୍ନ କାରଣ ଯୋଗୁଁ ଦ୍ରୁତ ଗାଡ଼ି ଚାଳକଙ୍କୁ କାବୁ କରି ପାରୁନାହିଁ। ଏହିଭଳି ପରିସ୍ଥିତିରେ ଆଜି ଦୁର୍ଘଟଣା ପରେ ଅଞ୍ଚଳବାସି ରେଡକ୍ରସ ରୋଡର ପାର୍କ ଛକରେ ରାସ୍ତାରୋକ କରିଥିଲେ। ପ୍ରାୟ ୧ ଘଣ୍ଟା ଯାନବାହାନ ଚଳାଚଳ ବନ୍ଦ ରହିଥିଲା। ଏହାପରେ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri