ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ କରାଯାଇଛି। ନରେନ୍ଦ୍ରଙ୍କୁ ଅପହରଣ କଲା ପରେ ଅଭିଯୁକ୍ତ ୫୦ ଲକ୍ଷ ଟଙ୍କା ଦାବି କରୁଥିଲେ। ଶନିବାର ସନ୍ଧ୍ୟାରେ ବଲାଙ୍ଗୀର ଓ ଭୁବନେଶ୍ବରର ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍‌ ଭୁବନେଶ୍ୱର ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ହୋଟେଲରୁ ଅପହୃତ ବ୍ୟବସାୟୀ ସାହୁଙ୍କୁ ସୁରକ୍ଷିତ ଉଦ୍ଧାର କରିଥିଲେ। ଶୁକ୍ରବାର ବ୍ୟବସାୟୀ ନରେନ୍ଦ୍ରଙ୍କୁ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣ ଅପହରଣ କରି ଭୁବନେଶ୍ବର ନେଇଯାଇଥିଲେ। ସେଠାରେ ତାଙ୍କୁ ବନ୍ଦୀ କରି ରଖି ୫୦ ଲକ୍ଷ ଟଙ୍କା ଦେବାକୁ ଦାବି କରୁଥିଲେ ବୋଲି ଏସ୍‌ପି ଅଭିଳାଷ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅନ୍ୟପଟେ ଅଭିଯୁକ୍ତ କ୍ଷୀତିଶ ହନୁମାନ ଟଙ୍କା ଦେବାକୁ କହି ତାଙ୍କଠାରୁ ନରେନ୍ଦ୍ର ସାହୁ ୨ କୋଟି ୭୦ ଲକ୍ଷ ଟଙ୍କା ନେଇଛନ୍ତି ଓ ଫେରାଇ ନ ଥିବାରୁ ତାଙ୍କୁ ଏଠାରୁ ଉଠାଇ ନେଇଥିବା କହିଛନ୍ତି। ଅଭିଯୁକ୍ତ ଓ ଅପହୃତଙ୍କ ବୟାନକୁ ତନାଘନା କରାଯାଉଛି। ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବ। ଅଧିକ ତଦନ୍ତ ପାଇଁ ତାଙ୍କୁ ପରେ ରିମାଣ୍ଡରେ ଅଣାଯିବ ବୋଲି ଏସ୍‌ପି ଅଭିଳାଷ କହିଛନ୍ତି। ଅପହୃତ ବ୍ୟବସାୟୀ ନରେନ୍ଦ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ପରେ ତାଙ୍କୁ ଛଡ଼ାଯିବ ବୋଲି ଏସ୍‌ପି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri