ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ ଗିରଫ କରିଛି। ମହିଳା ସବଇନ୍ସପେକ୍ଟର ହେଲେ ସ୍ନେହାମଞ୍ଜରୀ ସାହୁ ଓ ଗିରଫ ସାମ୍ବାଦିକ ହେଲେ ସଞ୍ଜୟ ଜେନା।
ଏନେଇ ସୋମବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀ।  ଏହି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବା ପରେ ଏହି ଅପହରଣ ମାମଲାର ଗିରଫଦାରୀ ୪କୁ ବୃଦ୍ଧି ପାଇଛି। ପୂର୍ବରୁ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଘଟଣାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁ ଓ ବଲାଙ୍ଗୀର ତୁଳସୀନଗରର ସଞ୍ଜିତ ବେହେରାଙ୍କୁ ଗିରଫ କରିଥିଲା।

ଆଜି ଗିରଫ ହୋଇଥିବା ମହିଳା ସବଇନ୍ସପେକ୍ଟର ସ୍ନେହାମଞ୍ଜରୀ ସାହୁ ହେଉଛନ୍ତି ଏହି ଅପହରଣ ଘଟଣାର ମାଷ୍ଟରମାଇଣ୍ଡ କ୍ଷୀତିଶ ଚନ୍ଦ୍ର ସାହୁଙ୍କ ନିଜ ଭଉଣୀ। ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ତାଙ୍କ ଭଉଣୀ ସବ୍‌ଇନ୍ସପେକ୍ଟର ସ୍ନେହାମଞ୍ଜରୀ ଓ ଖବରଦାତା ସଞ୍ଜୟ ଜେନାଙ୍କ ସହ ମିଳିତ ଭାବେ ଅପହରଣ ଷଡ଼ଯନ୍ତ୍ର କରିଥିଲେ। ଏହା ସହିତ ବଲାଙ୍ଗୀର ପୋଲିସ ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଓ ବଲାଙ୍ଗୀର ସହରର କିଛି ଲୋକଙ୍କୁ ଉଠାଇ ପଚରାଉଚରା କରୁଛି। ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ପୋଲିସ ଚିହ୍ନଟ କରିସାରିଛି ଓ ଘଟଣାର ବିଭିନ୍ନ ଆପରାଧିକ ଦିଗକୁ ତର୍ଜମା କରୁଛି। ଏହି ଘଟଣାରେ ଆଗକୁ ଗିରଫଦାରୀ ବୃଦ୍ଧି ପାଇବ ବୋଲି କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?