ଭୋଜି ଲୋଭ ଦେଖାଇ ବ୍ୟବସାୟୀଙ୍କୁ ହତ୍ୟା

ମଦନପୁର/ରିଷିଡ଼ା, ୧୭।୩: କଳାହାଣ୍ଡି ଜିଲା ମ.ରାମପୁର ଥାନା ଅଧୀନ ମଦନପୁର ଆଶ୍ରମ ସ୍କୁଲ ଛକ ନିକଟରେ ବୁଧବାର ଯୁବକଙ୍କ ରକ୍ତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ରିଷିଡା ଗ୍ରାମର ଯୁବ ବ୍ୟବସାୟୀ ରୁପେଶ ଅଗ୍ରଓ୍ବାଲ(୩୬)। ମୃତକଙ୍କ ବଡଭାଇ ନରେଶ ଅଗ୍ରଓ୍ବାଲ ମ.ରାମପୁର ଥାନାରେ ତାଙ୍କ ଭାଇଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ଏ ନେଇ ମ.ରାମପୁର ଥାନାରେ ଦଫା ୩୦୨, ୩୪ରେ ଏକ ମାମଲା (ନଂ.୫୭/୨୦୨୧) ରୁଜୁ ହୋଇଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ରୁପେଶ ଜଣେ ବ୍ୟକ୍ତିଙ୍କ ସହ ମିଶି ଭୋଜି ଖାଇବାକୁ ଯାଇ ଆଉ ଫେରି ନ ଥିଲେ। ବୁଧବାର ସକାଳେ ମ.ରାମପୁର-ରିଷିଡା ମୁଖ୍ୟ ରାସ୍ତାରେ ରୁପେଶଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ରୁପେଶଙ୍କୁ ହତ୍ୟା କରି ମୁଖ୍ୟ ରାସ୍ତାରେ ପକାଇ ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ପରିବାରବର୍ଗ ଖବର ପାଇବା ପରେ ପୋଲିସକୁ ଜଣାଇଥିଲେ। କେସିଙ୍ଗା ଏସ୍‌ଡିପିଓ ଏସ୍‌ ସୁଶ୍ରୀ, ଥାନା ଅଧିକାରୀ ଜୟଦେବ ତାରିଣୀ, ରିଷିଡା ଫାଣ୍ଡି ଅଧିକାରୀ କ୍ଷୀରସିନ୍ଧୁ ମାଝି ସଦଳବଳେ ପହଞ୍ଚତ୍ଥିଲେ। ବଲାଙ୍ଗୀରରୁ ସାଇଣ୍ଟିଫିକ ଟିମ ସନ୍ଧାନୀ କୁକୁର ସହ ପହଞ୍ଚି ତଦନ୍ତ କରିଥିଲେ। ରୁପେଶଙ୍କ ଛାତିରେ ମାଡ ହୋଇ ମୁହଁ, ନାକରେ ପ୍ରଚୁର ରକ୍ତସ୍ରାବ ହୋଇଛି। ରାସ୍ତା ଅପରପାର୍ଶ୍ୱରେ ମୃତକଙ୍କ ଗାମୁଛା, ଚପଲ ଓ ଜାକେଟ ପଡିଥିବା ଦେଖିବାକୁ ମିଳିଛି। ତାଙ୍କ ସାଥିରେ ଯାଇଥିବା ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଶବ ବ୍ୟବଚ୍ଛେଦ ପରେ ସନ୍ଧ୍ୟାରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri