ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…

ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର ବ୍ୟବସାୟୀମାନେ ବୁଧବାର ପୂର୍ବାହ୍ନରେ ଉଚ୍ଛେଦ ସମୟରେ ଏହି ଦାବି କରିଛନ୍ତି। ଏପରିକି ଜଣେ ଦୋକାନୀ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଦେବାକୁ ମଧ୍ୟ ଚେତାବନୀ ଦେଇଛନ୍ତି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଯାହାଫଳରେ ଉଚ୍ଛେଦ ପାଇଁ ଯାଇଥିବା ଅତିରିକ୍ତ ତହସିଲଦାର ସତୀଶ କୁମାର ସାହୁ ଓ ତହସିଲ କର୍ମଚାରୀମାନେ ନିରୁପାୟ ହୋଇ ପଡ଼ିଥିବା ଜଣାଯାଇଛି।

ଘଟଣାରୁ ପ୍ରକାଶ ଯେ, ଗଦି ବଜାରରେ ସରକାରୀ ଜାଗା ଅବରୋଧ କରି କେତେକ ବ୍ୟକ୍ତି ଦୋକାନ ଗୃହ ନିର୍ମାଣ କରି ବିଭିନ୍ନ ବ୍ୟବସାୟ ଚଳାଇ ଆସୁଛନ୍ତି। ତେବେ ତହସିଲ କାର୍ଯ୍ୟାଳୟ ପକ୍ଷରୁ କିଛିଦିନ ପୂର୍ବେ ବଜାରରେ ଥିବା ୮୮ଦୋକାନୀଙ୍କୁ ଜାଗା ଖାଲି କରିବାକୁ ନୋଟିସ ଦିଆ ଯାଇଥିଲା। ଏହି ନୋଟିସ ପାଇବା ପରେ କେତେକ ଦୋକାନୀ ଦୋକାନ ଭାଙ୍ଗିବା ଆରମ୍ଭ କରିଥିଲେ। ତେବେ ବୁଧବାର ପ୍ରଶାସନ ପକ୍ଷରୁ ଗୋଟିଏ ଦୋକାନକୁ ଜେସିବି ସହାୟତାରେ ଭଙ୍ଗା ଯାଇଥିଲା। ତେବେ ବଜାରରେ ୮୮ ପରିବର୍ତ୍ତେ ୮ଟି ଦୋକାନ ଭଙ୍ଗାଯିବ ବୋଲି ଦୋକାନୀମାନେ କୌଣସି ସୂତ୍ରରୁ ଖବର ପାଇବା ପରେ ସେମାନଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ସେମାନେ ଉଚ୍ଛେଦର ପ୍ରତିବାଦ କରି ଯଦି ଭାଙ୍ଗିବ ୮୮ ଦୋକାନ ଭାଙ୍ଗ ବୋଲି ଦାବି କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ଲେଖା ହେବା ପର୍ଯ୍ୟନ୍ତ ଉଚ୍ଛେଦ ପ୍ରକ୍ରିୟା ବନ୍ଦ ରଖି ଆରଆଇ କାର୍ଯ୍ୟାଳୟରେ ଅତିରିକ୍ତ ତହସିଲଦାର ରାଉତ, ଆରଆଇ ନିହାର ରଞ୍ଜନ ଦାସ, ସୁପରଭାଇଜର ଧନେଶ୍ୱର ମାରାଣ୍ଡି ଓ ଚନ୍ଦନ କୁମାର ମହାନ୍ତି ପ୍ରମୁଖ ଆଲୋଚନା ଚଳାଇଥିବା ଜଣାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri