ଛୁରା ମାଡ଼ରେ ବ୍ୟବସାୟୀ ଗୁରୁତର, ଫାଣ୍ଡି ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ଫାଣ୍ଡି ଅଧୀନ ପାଲୁର ଜଙ୍କଶନରେ ଚିକେନ୍‌ ବ୍ୟବସାୟୀଙ୍କୁ ଛୁରା ମାଡ଼ ହୋଇଛି। ଆକ୍ରମଣରେ ବ୍ୟବସାୟୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବେଲପଡ଼ା ଗ୍ରାମର ଦୀପକ ନାୟକ।

ଅନ୍ୟପକ୍ଷେ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ଦାବିରେ ପରିବାର ଲୋକଙ୍କ ସହ ଗ୍ରାମବାସୀ ବେଲପଡ଼ା ହୁମ୍ମା ଫାଣ୍ଡି ଘେରାଉ କରିଛନ୍ତି। ପୋଲିସ ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ଦୀପକ ଏବଂ ତାଙ୍କ ସାନଭାଇ ଦିଲୀପ ଓ ବାପା ପ୍ରଦୀପ ନାୟକ ଚିକେନ୍‌ ଦୋକାନରେ ବ୍ୟବସାୟ କରୁଥିଲେ। ସେତିକି ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବେଲପଡା ଗ୍ରାମର କେତେକ ଅସାମାଜିକ ବ୍ୟକ୍ତି ଗୋପାଳପୁର ବକ୍ସି ସାହିର ଭଡାଟିଆ ଗୁଣ୍ଡାକୁ ଆଣି ଦୀପକଙ୍କ ଚିକେନ୍‌ ଦୋକାନରେ ପହଞ୍ଚିଥିଲେ। ଅଭିଯୁକ୍ତମାନେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଧରି ଦୀପକଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଘଟଣା ସ୍ଥଳରେ ଦୀପକ ଗୁରୁତର ହୋଇ ତଳେ ପଡ଼ି ଯାଇଥିଲେ।

ଉପସ୍ଥିତ ଥିବା ସାନ ଭାଇ ଏବଂ ବାପା ପ୍ରତିବାଦ କରିବାରୁ ଅଭିଯୁକ୍ତମାନେ ସେମାନଙ୍କୁ ମାଉଜର ଦେଖାଇ ଭୟଭୀତ କରିଥିଲେ। ହେଲେ ସ୍ଥାନୀୟ ଲୋକଙ୍କ ଦେଖି ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

ସ୍ଥାନୀୟ ଲୋକେ ପହଞ୍ଚି ଗୁରୁତର ଅବସ୍ଥାରେ ଦୀପକଙ୍କୁ ଊଦ୍ଧାର କରି ଏକ କାର ଯୋଗେ ଛତ୍ରପୁର ପରେ ବ୍ରହ୍ମପୁର ମେଡିକାଲକୁ ନିଆଯାଇଥିବା ଜଣାପଡିଛି। ତତ୍‌କ୍ଷଣାତ ଅଭିଯୁକ୍ତମାନଙ୍କୁ ଗିରଫ ପାଇଁ ଗ୍ରାମବାସୀ ହୁମ୍ମା ଫାଣ୍ଡି ଘେରାଉ କରିଥିଲେ। ହୁମ୍ମା ଫାଣ୍ଡି ଅଧିକାରୀ ବିମଳ କହଁର ଘଟଣାସ୍ଥଳରେ ପହଞ୍ଚି ଫେରାର ଥିବା ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।

ଦୀପକଙ୍କ ସାନ ଭାଇ ଦିଲୀପ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ସହ ହୁମ୍ମା ଫାଣ୍ଡି ଅଧିକାରୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ହେଲେ ବେଲପଡ଼ା ଗ୍ରାମର ସୁନୀଲ ନାୟକ, ଲଳିତ ନାୟକ, ସନ୍ତୋଷ ନାୟକ, ଗୋପାଳପୁର ବକ୍ସି ସାହିର ସୁନୀଲ ନାୟକ ବୋଲି ଏତଲାରେ ଦର୍ଶାଯାଇଛି।

ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତ ସନ୍ତୋଷ ନାୟକ ଏବଂ ଲଳିତ ନାୟକଙ୍କୁ ଗିରଫ କରଛି। ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଖୋଜାଖୋଜି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri