ରାଜପଥରେ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼: ଲୁଟି ନେଲେ ୧ ଲକ୍ଷ ୭୦ ହଜାର ଟଙ୍କା

ରୂପସା,୨୬।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅଧୀନ ମଥାନୀ ବାଇପାସ୍‌ଠାରେ ମଙ୍ଗଳବାର ଜଣେ ବ୍ୟବସାୟୀଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି l ଦୁର୍ବୃତ୍ତମାନେ ତାଙ୍କଠାରୁ ୧ ଲକ୍ଷ ୭୦ ହଜାର ଟଙ୍କା ଲୁଟି ଚମ୍ପଟ ମାରିଛନ୍ତି। ପୋଲିସ ପହଞ୍ଚି ଘଟଣାର ଛାନ୍‌ଭିନ ଆରମ୍ଭ କରିଛି l ଏହି ଥାନା ଅଧୀନ ସାନଖୁଡି ବଜାରରେ ଗ୍ରୋସରୀ ଦୋକାନ କରିଥିବା ପଞ୍ଚାନନ ମହାନ୍ତି ବାଇକ୍‌ ଯୋଗେ ଜଳେଶ୍ବର ମାର୍କେଟିଂ କରିବାକୁ ଯାଉଥିଲେ l

ସେତିକିବେଳେ ଜାତୀୟ ରାଜପଥ ମଥାନୀ ବାଇପାସ୍‌ରେ ୨ଟି ବାଇକ୍‌ରେ ୫ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଟଙ୍କା ମାଗିଥିଲେ l ସେ ଟଙ୍କା ଦେବାକୁ ମନା କରିଥିଲେ। ଫଳରେ ଦୁର୍ବୃତ୍ତମାନେ ଏକ ଭୁଜାଲିରେ ତାଙ୍କ ହାତ ଏବଂ ପେଟକୁ ଆକ୍ରମଣ କରିଥିଲେ l ଏପରି କି ଦୁର୍ବୃତ୍ତମାନେ ବାଇକ୍‌ ଡିକି ଭାଙ୍ଗି ୧ ଲକ୍ଷ ୭୦ ହଜାର ଟଙ୍କା ଲୁଟି ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ପଞ୍ଚାନନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri