ବ୍ୟବସାୟୀ ହତ୍ୟା ଘଟଣାର ଫିଟିଲା ଗୁମର: ବଡ଼ଭାଇ ସୁପାରି ଦେଇ…

ବଲାଙ୍ଗୀର,୧୭/୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ତେଲ ନଦୀ ବ୍ରିଜ ତଳୁ ଜାନୁଆରୀ ଏକ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ସୂଚନା ଅନୁଯାୟୀ, ବ୍ରିଜ ତଳୁ ଉଦ୍ଧାର କରଯାଇଥିବା ମୃତ ଯୁବକ ଜଣକ ହେଲେ ଦେଉଳଗୁଡ଼ି ଗାଁର ବ୍ୟବସାୟୀ ନଟରାଜ ଥନାପତି। କିଛି ମାସ ତଳେ ନଟରାଜଙ୍କ ବିବାହ ଠିକ ହୋଇଥିଲା। ଆଉ ଅଳ୍ପ କିଛି ଦିନ ଥିବାବେଳେ ତାଙ୍କର ବ୍ରିଜ ତଳୁ ମୃତଦେହ ମିଳିବାରୁ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା l ଏପରିକି ନଟରାଜଙ୍କ ବିବାହ କାର୍ଡ ବଣ୍ଟନ ମଧ୍ୟ କରି ସାରିଥିବା ପରିବାର ଲୋକେ କହିଥିଲେ। ମୃତ୍ୟୁକୁ ନେଇ ପରିବାର ଲୋକେ କିଛି କହି ନ ଥିବାବେଳେ ଘଟଣାସ୍ଥଳରେ ତୁଷୁରା ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ବ୍ୟବସାୟୀଙ୍କ ଆତ୍ମହତ୍ୟା ନା ତାଙ୍କୁ କିଏ ହତ୍ୟା କରିଛି ସେ ଦିଗରେ ଏସପି ଅଭିଳାଷ ଜିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଦୀର୍ଘ ୧୫ ଦିନ ପରେ ନଟରାଜଙ୍କ ବଡଭାଇ ନବକୁ ପୋଲିସ ଉଠାଇଆଣି ପଚରାଉଚୁରା କରିବା ପରେ ହତ୍ୟା ଘଟଣାର ରହସ୍ୟ ପର୍ଦ୍ଦଫାଶ ହୋଇଥଲା l ତୁଷୁରା, ଦେଓଗାଁ ଓ ସଇଁତଳା ଅଞ୍ଚଳରୁ ନଟରାଜର ହତ୍ୟାରେ ସାମିଲ ହୋଇଥିବା ୭ ଜଣଙ୍କୁ ପୋଲିସ ବାନ୍ଧି ଆଣି ବଲାଙ୍ଗୀର ରିଜର୍ଭ ପୋଲିସ ବେରେକଠାରେ ଅଟକ ରଖିଛି l ବଡଭାଇ ସୂପାରି ଦେଇ ସାନଭାଇକୁ ହତ୍ୟା କରିଥିବା କୁହାଯାଉଛି l ପୋଲିସ ପକ୍ଷରୁ ହତ୍ୟାକୁ ନେଇ ଆଉ କିଛି ଘଣ୍ଟା ପରେ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ମର୍ଡ଼ରକୁ ନେଇ ଖୁଲାସା କରାଯିବ ବୋଲି ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri