ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି ଲୁଟେରା ଗ୍ୟାଙ୍ଗ୍‌। ରାୟଗଡ଼ା ସହରରେ ଲୁଟେରା ଗ୍ୟାଙ୍ଗ୍‌ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ଓଜନର ସୁନାଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ମଧ୍ୟାହ୍ନରେ ବ୍ୟବସାୟୀ ସନ୍ତୋଷ ମହାପାତ୍ର ସହରର ସ୍ବାଗତ ଲେନ୍‌ରେ ଥିବା ଏକ ହୋଟେଲ ସମ୍ମୁଖରେ ସ୍କୁଟି ରଖି ଭିତରକୁ ଖାଇବାକୁ ଯାଇଥିଲେ। ଏହି ସମୟରେ ୨ଜଣ ଦୁର୍ବୃତ୍ତ ହୋଟେଲ ପରିସରକୁ ଆସି ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ ଓଜନର ସୁନା ଅଳଙ୍କାର ଲୁଟି ନେଇଥିଲେ। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧୬ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ହେବ ବୋଲି ଜଣାପଡ଼ିଛି। ହୋଟେଲରୁ ଖାଇ ସାରି ଆସିବା ପରେ ସ୍କୁଟି ଡିକି ଭଙ୍ଗା ଯାଇଥିବା ଦେଖି ବ୍ୟବସାୟୀ ପାଟି କରିଥିଲେ ମଧ୍ୟ ସେତେବେଳକୁ ଲୁଟେରା ଚମ୍ପଟ୍‌ ମାରିଥିଲେ। ଏ ନେଇ ବ୍ୟବସାୟୀ ସନ୍ତୋଷ ରାୟଗଡ଼ା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ହୋଟେଲ ବାହାରେ ଲାଗିଥିବା ସିସିଟିଭିକୁ ମଧ୍ୟ ପୋଲିସ ଯାଞ୍ଚ କରିଛି।
ସନ୍ତୋଷଙ୍କ ଘର ଚାନ୍ଦିଲି ଥାନା ଅନ୍ତର୍ଗତ ଥେରୁବାଲିଠାରେ। ସେ ରାୟଗଡ଼ା ସହରରେ ଥିବା ସୁନା ଦୋକାନୀଙ୍କଠାରୁ ବକେୟାରେ ସୁନାଗହଣା ଆଣି ବିଭିନ୍ନ  ଗାଁରେ ବୁଲି ବିକ୍ରି କରିଥା’ନ୍ତି। ମଙ୍ଗଳବାର ମଧ୍ୟ ମେନ୍‌ରୋଡ଼ସ୍ଥିତ ଏକ ଦୋକାନରେ ସୁନାଗହଣା କିଣିବା ପରେ ତାକୁ ନେଇ ଥେରୁବାଲି ଯାଉଥିଲେ। ତେବେ ରାୟଗଡ଼ା ସହରରେ ବାରମ୍ବାର ଲୁଟ୍‌ ଘଟି ଆସୁଥିବା ବେଳେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଏସ୍‌ଡିପିଓ ଗୌରହରି ସାହୁ କହିଛନ୍ତି, ଅଭିଯୋଗ ହସ୍ତଗତ ହେବା ପରେ ପୋଲିସ ତଦନ୍ତ କରୁଛି ଏବଂ ଦୁଇଟି ଟିମ୍‌ ଏହାର ତନାଘନା କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri