ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ମାଗିଥିଲେ ୩୦ ଲକ୍ଷ

ଭୁବନେଶ୍ୱର,୨।୨(ବ୍ୟୁରୋ): ଭୁବନେଶ୍ୱର ଲକ୍ଷ୍ମୀଶାଗର ଥାନା ଝାରପଡ଼ା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ୩୦ ଲକ୍ଷ ମୁଣ୍ଡ ଜାମିନ ମାଗିଥିଲେ। ହେଲେ କମିଶନରେଟ ପୋଲିସ ୩୬ ଘଣ୍ଟାର ଅପରେଶନ କରି ଶେଷରେ ୪ ଅପହର୍ତ୍ତାଙ୍କୁ ନୟାଗଡ଼ରୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ଅପହୃତ୍ତ ଯୁବକ ଇଶାନ ଅଗ୍ରୱାଲଙ୍କୁ ଉଦ୍ଧାର କରାଯାଇଛି।

ଗିରଫ ଅଭିଯୁକ୍ତମାନେ ହେଲେ ଗଞ୍ଜାମ ଜିଲା ବ୍ରହ୍ମପୁର ବିଜିପୁରର ରାମ କ୍ରିଷ୍ଣା(୨୭), ସମ୍ବଲପୁର ଜିଲା ରେଢ଼ାଖୋଲର ସନ୍ତୋଷ କୁମାର ରାଉତ(୨୨), ନୟାଗଡ଼ ଜିଲା ଗୌଡ଼ପୁଟର ଧନେଶ୍ୱର ପାତ୍ର(୨୪), ଭୁବନେଶ୍ୱର ଖଣ୍ଡଗିରି ଥାନା ରଘୁନାଥନଗରର ଏମ୍‌ଡି ମୁସ୍ତାକ ଅଲ୍ଲୀ(୨୫)। ଏମାନଙ୍କଠାରୁ ଅପହରଣରେ ବ୍ୟବହୃତ୍ତ ଏକ କାର୍‌, ୫ଟି ମୋବାଇଲ, ୨ଟି ଛୁରୀ ଜବତ କରାଯାଇଛି। ଅଭିଯୁକ୍ତମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯିବ।

ଗିରଫ ଅଭିଯୁକ୍ତମାନେ ବୃତ୍ତିଗତ ଭାବେ ଏପରି ଅପହରଣ କରି ଟଙ୍କା ମାଗନ୍ତି। ଏହାପୂର୍ବରୁ ଏମାନେ ଭୁବନେଶ୍ୱରର ଜଣେ ବ୍ୟବସୟୀଙ୍କୁ ମଧ୍ୟ ବ୍ରହ୍ମପୁରରୁ ଅପହରଣ କରିଥିଲେ। ତାଙ୍କ ସହ ଏକାଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ଜଣାପଡିଛି। ଅନ୍ୟପକ୍ଷେ ଇଶାନଙ୍କୁ ଖୋର୍ଦ୍ଦା, ନୟାଗଡ଼, ଗଞ୍ଜାମ ଦେଇ ପାଖାପାଖି ୮୦୦ କିମି ବୁଲାଇଛନ୍ତି। ପୋଲିସକୁ ମଧ୍ୟ ଅପହର୍ତ୍ତାଙ୍କ ନିକଟରେ ପହଞ୍ଚିବାକୁ ୩୬ ଘଣ୍ଟା ମଧ୍ୟରେ ୭୦୦ କି.ମି. ବୁଲିବାକୁ ପଡ଼ିଥିଲା ବୋଲି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?