ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଜମିଛି ପାଣି, ପରିବା ବ୍ୟବସାୟୀ ବି ଭୋଗୁଛନ୍ତି ଦୁର୍ଦ୍ଦଶା

ଛତ୍ରପୁର,୧୫ା୧୦(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଗୁରୁବାର ବର୍ଷା ପାଣି ଜମି ରହିଛି। ଫଳରେ ଯାତାୟାତରେ ଅସୁବିଧା ହୋଇଛି। ପ୍ରତି ଥର ବର୍ଷା ହେଲେ ଉକ୍ତ ସ୍ଥାନରେ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଥିବା ଦେଖିବାକୁ ମିଳୁଛି। ପରେ ମୋଟର ଲଗାଇ ଏହି ପାଣିକୁ ନିଷ୍କାସନ କରିବାକୁ ପଡୁଛି। ଆବଶ୍ୟକୀୟ ଡ୍ରେନ୍‌ ବ୍ୟବସ୍ଥା ନ ଥିବାରୁ ଏପରି ପରିସ୍ଥିତି ସର୍ବଦା ସୃଷ୍ଟି ହେଉଥିବା ଜଣାପଡ଼ିଛି। ପୂର୍ବରୁ ଛତ୍ରପୁର ପରିବା ମାର୍କେଟ ସମ୍ମୁଖ ରାସ୍ତା ଉପରେ ଜବରଦଖଲ କରି ପରିବା ଓ ମାଛ ବିକ୍ରି ହେଉଥିଲା। କରେନା ଗାଇଡଲାଇନ୍‌ ଅନୁଯାୟୀ ସାମାଜିକ ଦୂରତାକୁ ପାଳନ କରିବା ପରିପ୍ରେକ୍ଷୀରେ ଉକ୍ତ ସ୍ଥାନରୁ ପରିବା ବିକ୍ରି ଉଚ୍ଛେଦ କରି ଜିଲାପାଳଙ୍କ ବାସଭବନ ପାର୍ଶ୍ୱ ରାସ୍ତାର ଉଭୟ ପାର୍ଶ୍ୱକୁ ସ୍ଥାନାନ୍ତର କରାଯାଇଥିଲା। ଉକ୍ତ ପାଣି ଜମିବାରୁ ପରିବା ବିକାଳିମାନେ ପାଣି ଘେରରେ ରହିଥିବା ଦେଖିବାକୁ ମିଳିଥିଲା। ତୁରନ୍ତ ଏହାର ପ୍ରତିକାର ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri