ଲୁଟେରାଙ୍କ ଟାର୍ଗେଟରେ ବ୍ୟବସାୟୀ

କାମାକ୍ଷାନଗର, ୨୪।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଲୁଟେରା ଗୋଷ୍ଠୀ ସକ୍ରିୟ ହୋଇଉଠିଛନ୍ତି। ସେମାନେ ମୁଖ୍ୟତଃ ପାଇକାରୀ ବ୍ୟବସାୟୀଙ୍କୁ ଟାର୍ଗେଟ୍‌ କରୁଛନ୍ତି। ବ୍ୟବସାୟୀମାନେ ଟଙ୍କା ଆଦାୟ କରି ଫେରୁଥିବାବେଳେ ରାସ୍ତାରେ ଆକ୍ରମଣ କରି ଲୁଟ୍‌ପାଟ୍‌ କରୁଛନ୍ତି। ଗତ ୮ ତାରିଖରେ ଢେଙ୍କାନାଳ ସଦର ମହକୁମାର ଦେବୀ ମେଡିସିନ୍‌ ପାଇକାରୀ ଔଷଧ ଦୋକାନ କର୍ମଚାରୀଙ୍କୁ କାମାକ୍ଷାନଗର ଥାନା ଜଡ଼ାପାଳ ଛକ ନିକଟରେ ଦୁର୍ବୃତ୍ତମାନେ ଆକ୍ରମଣ କରି ପ୍ରାୟ ୬୦ ହଜାର ଟଙ୍କା ଲୁଟି ନେଇଥିଲେ। ଗତ ଗୁରୁବାର କଙ୍କଡ଼ାହାଡ଼-କାମାକ୍ଷାନଗର ରାସ୍ତାର କ୍ରଶର ନିକଟରେ ଅନୁରୂପ ଘଟଣା ଘଟିଛି। ଶାନ୍ତି ଏଜେନ୍ସି କର୍ମଚାରୀ ପ୍ରଶାନ୍ତ ବେହେରା, ମହିମା ଫାର୍ମାଟିକାଲ୍ସର ଦୀପ୍ତିରଞ୍ଜନ ସେଠୀଙ୍କୁ ଆକ୍ରମଣ କରି ଅଭିଯୁକ୍ତମାନେ ୯୦ ହଜାର ଟଙ୍କା ଛଡ଼ାଇ ନେଇଛନ୍ତି। ଉଭୟେ ଏକ ବାଇକ୍‌ରେ ଆସୁଥିବା ବେଳେ ଏହି ଘଟଣା ଘଟିଥିଲା।
ଦୁର୍ବୃତ୍ତମାନେ ଏକ ବାଇକ୍‌ରେ ଆସି ଉଭୟଙ୍କୁ ଅଟକାଇଥିଲେ। ପରେ ପିସ୍ତଲ ଏବଂ ଭୁଜାଲି ଦେଖାଇ ଭୟଭୀତ କରାଇ ଟଙ୍କା ଛଡ଼ାଇ ନେଇଥିଲେ। ପ୍ରଶାନ୍ତଙ୍କଠାରୁ ୩୭ ହଜାର ୫୨୯ ଟଙ୍କା ଏବଂ ଦୀପ୍ତିରଞ୍ଜନଙ୍କଠାରୁ ୫୪ ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁହେଁ କଙ୍କଡ଼ାହାଡ଼ ଥାନାକୁ ଅଭିଯୋଗ କରିବାକୁ ଯାଇଥିବାବେଳେ ଘଟଣା ଉକ୍ତ ଥାନା ଅଞ୍ଚଳରେ ଘଟି ନ ଥିବା କହି ପୋଲିସ ଫେରାଇ ଦେଇଥିଲା। କାମାକ୍ଷାନଗର ଥାନାରୁ ମଧ୍ୟ ଅନୁରୂପ ଉତ୍ତର ମିଳିଥିଲା। ତେବେ ଔଷଧ ବ୍ୟବସାୟୀ ସଂଘ ହସ୍ତକ୍ଷେପ କରିବାରୁ ଘଟଣାର ୨୪ ଘଣ୍ଟା ପରେ କାମାକ୍ଷାନଗର ଥାନାରେ ମାମଲା ରୁଜୁ କରାଯାଇଛି। ମାମଲା ରୁଜୁକୁ ନେଇ ଦୁଇ ଥାନା ମଧ୍ୟରେ ଟଣାଓଟରା ଚର୍ଚ୍ଚାର ବିଷୟ ପାଲଟିଛି। ଏ ନେଇ ଏସ୍‌ଡିପିଓ ରଞ୍ଜନ କୁମାର ଦେଓ କୁହନ୍ତି, ଏ ସମ୍ପର୍କରେ ସୂଚନା ମିଳିବା ପରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୁକ୍ତଙ୍କ ବିରୋଧର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri