Posted inଜାତୀୟ

କେନ୍ଦ୍ରମନ୍ତ୍ରୀଙ୍କ ପୁଅକୁ ଗିରଫ କରିବା ପାଇଁ ଆମ ପାଖରେ ସମୟ ନାହିଁ: ପୋଲିସ

ଲଖିମପୁର ଖେରି (ୟୁପି),୫।୧୦: କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ବିରୋଧରେ ଲଖିମପୁର ଖେରି ଜିଲାରେ ହତ୍ୟା ମାମଲା ରୁଜୁ ହୋଇଛି। ଏଫ୍‌ଆଇଆରରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ନାମ ଉଲ୍ଲେଖ କରାଯିବାର ୨୪ ଘଣ୍ଟା ପରେ ମଧ୍ୟ ତାଙ୍କୁ ଗିରଫ କରାଯାଇନାହିଁ। କାର୍ଯ୍ୟବ୍ୟସ୍ତତା କାରଣରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ନ ଥିବା ଉତ୍ତରପ୍ରଦେଶ (ୟୁପି) ପୋଲିସର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।

”ଆମେ ଚାଷୀ ନେତାଙ୍କ ସହ ମୂଳଚାଲ କରିବାରେ ବ୍ୟସ୍ତ ଥିଲୁ। ତା’ ପରେ ମୃତକଙ୍କ ବ୍ୟବଚ୍ଛେଦ ଓ ଶବଦାହ କରାଗଲା। ପ୍ରତ୍ୟେକ ମାମଲାରେ ଆମେ ଏକ ନିର୍ଦ୍ଦିଷ୍ଟ ପ୍ରକ୍ରିୟାରେ କାର୍ଯ୍ୟ କରୁ। ଏହି ମାମଲାରେ ଆମେ ସବିଶେଷ ଯାଞ୍ଚ କରିବୁ“ ବୋଲି ଲକ୍ଷ୍ନୌ ଜୋନର ଏଡିଜି ଏସ୍‌ ଏନ୍‌ ସାବତ କହିଛନ୍ତି। ଆଶିଷ ମିଶ୍ରାଙ୍କ ବିରୋଧରେ ହତ୍ୟା ଓ ଅବହେଳା ଜନିତ ମୃତ୍ୟୁ ମାମଲା ଦାୟର କରାଯାଇଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ କେଶବ ମୌର୍ଯ୍ୟ ଓ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଲଖିମପୁର ଖେରି ଗସ୍ତକୁ ବିରୋଧ କରି ଚାଷୀମାନେ ଆନ୍ଦୋଳନ କରୁଥିଲେ। କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷଙ୍କ ଏସ୍‌ୟୁଭି ମାଡ଼ି ଯିବାରୁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ତେବେ ଅଜୟ ଓ ତାଙ୍କ ପୁଅ ଘଟଣାସ୍ଥଳରେ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?