Posted inଖେଳ

ବଦଳିଗଲା କ୍ୟାପଟେନ୍‌, ଭାଗ୍ୟ ନୁହେଁ

ନୂଆଦିଲ୍ଲୀ,୨।୫ : କ୍ରମାଗତ ବିଫଳତା ପରେ ବଦଳି ଦେଲେ ଅଧିନାୟକ। କିନ୍ତୁ ଫଳାଫଳରେ ଆସିଲା ନାହିଁ କୌଣସି ପରିବର୍ତ୍ତନ। ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୫୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇ ଦେଇଛି। ଏହା ହାଇଦ୍ରାବାଦ୍‌ ଦଳର ଚଳିତ ଆଇପିଏଲରେ ୬ଷ୍ଠ ପରାଜୟ। ଏହା ସହିତ ପ୍ରାୟତଃ ଶେଷ ହୋଇଯାଇଛି ଦଳର ପ୍ଲେ ଅଫ୍‌ ଆଶା।

୨୨୧ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ସନରାଇଜର୍ସକୁ ଭଲ ଆରମ୍ଭ ଦେଇଥିଲେ ମନୀଷ ପାଣ୍ଡେ(୩୧) ଓ ଜନ୍ନି ବେଆରଷ୍ଟୋ(୩୦)। ଦୁହେଁ ପାଓ୍ବାରପ୍ଲେରେ ଯୋଡ଼ିଥିଲେ ୫୭ ରନ୍‌। ମାତ୍ର ପୁଣି ଥରେ ଫେଲ୍‌ ମାରିଥିଲା ଦଳର ମିଡ୍‌ଲ ଅର୍ଡର। କିଛି କରିପାରି ନ ଥିଲେ ନୂଆ ଅଧିନାୟକ କେନ ଓ୍ବିଲିୟମସନ (୨୧)। ଫଳରେ ହାଇଦ୍ରାବାଦ ୮ ଉଇକେଟ ହରାଇ ମାତ୍ର ୧୬୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା।

ରାଜସ୍ଥାନ ପାଇଁ ଚୌକା ଓ ଛକା ବର୍ଷା କରିଥିଲେ ଅଧିନାୟକ ସଞ୍ଜୁ ସାମସନ (୪୮ ରନ୍‌, ୪ ଚୌକା ଓ ୨ ଛକା) ଓ ଜୋସ ବଟଲର। ଦୁଇ ବ୍ୟାଟ୍ସମ୍ୟାନ ଦ୍ୱିତୀୟ ଉଇକେଟ ପାଇଁ ଯୋଡ଼ିଥିଲେ ୧୫୦ ରନ୍‌। ତାହା ପୁଣି ମାତ୍ର ୮୨ ବଲରେ। ବଟଲରଙ୍କ ୧୨୪ ରନ୍‌ର ବିସ୍ଫୋରକ ପାଳିରେ ସାମିଲ ଥିଲା ୧୧ ଚୌକା ଓ ୮ ଛକା। ଏହା ତାଙ୍କ ଟି୨୦ କ୍ୟାରିୟରର ପ୍ରଥମ ଶତକ। ଏଥି ଯୋଗୁ ରାଜସ୍ଥାନ ପୂରା ୨୦ ଓଭରରେ ୩ ଉଇକେଟ ହରାଇ ୨୨୦ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?