Posted inଖେଳ

ବଟଲରଙ୍କ ଛକା, ଚୌକା ବର୍ଷା

ଶାରଜା,୧।୧୧: ଫୁଲ ଫର୍ମରେ ଥିବା ଜୋସ ବଟଲର ଚଳିତ ଟି୨୦ ବିଶ୍ୱକପ୍‌ରେ ପ୍ରଥମ ବ୍ୟାଟର ଭାବେ ଶତକ ହାସଲ କରିଛନ୍ତି। ତାଙ୍କର ୧୦୧ ରନ୍‌ର ଅପରାଜିତ ପାଳି ବଳରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଥ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଧାର୍ଯ୍ୟ ୨୦ ଓଭରରେ ୪ ଉଇକେଟ ହରାଇ ୧୬୩ ରନ୍‌ କରିଛି।

ଟସ୍‌ ଜିତିବା ଠାରୁ ପ୍ରାରମ୍ଭିକ ୧୦ ଓଭର ପର୍ଯ୍ୟନ୍ତ ସବୁ କିଛି ଶ୍ରୀଲଙ୍କା ପକ୍ଷରେ ଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୧୦ ଓଭର ସୁଦ୍ଧା ୩ ପ୍ରମୁଖ ବ୍ୟାଟରଙ୍କ ଉଇକେଟ ହରାଇ ମାତ୍ର ୪୭ ରନ୍‌ କରିଥିଲା। କିନ୍ତୁ ପରବର୍ତ୍ତୀ ୧୦ ଓଭରରେ ବଟଲରଙ୍କ ଯୋଗୁ ୧୧୬ ରନ୍‌ ଯୋଡ଼ି ହୋଇଥିଲା। ବଟଲର ଅନ୍ତିମ ବଲରେ ଛକା ଲଗାଇ ଶତକ ପୂରଣ କରିଛନ୍ତି। ୬୭ ବଲର ସମ୍ମୁଖୀନ ହୋଇଥିବା ବଟଲରଙ୍କ ଇନିଂସରେ ସାମିଲ ଥିଲା ୬ ଲେଖାଏ ଚୌକା ଓ ଛକା। ତାଙ୍କୁ ଉଚିତ ସହଯୋଗ ଦେଇଥିଲେ ଅଧିନାୟକ ଇଆନ ମୋର୍ଗାନ। ସେ ୧ ଚୌକା ଓ ୩ ଛକା ବଳରେ ୪୦ ରନ୍‌ କରିଥିଲେ। ଶ୍ରୀଲଙ୍କା ପାଇଁ ଓ୍ବାନିନ୍ଦୁ ହାସରଙ୍ଗା ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri