Posted inଜାତୀୟ

ଦିଲ୍ଲୀ ସରକାରଙ୍କ ଇ-ଯାନ ପଲିସି: ମିଳିବ ୩୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି

ନୂଆଦିଲ୍ଲୀ,୭।୮: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣକୁ କମ୍‌ କରିବାକୁ ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଇଲୋକ୍ଟ୍ରନିକ୍ସ ଯାନ ଉପରେ ଗୁରୁତ୍ୱ ଦେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଆସିଥିବା ପଲିସିକୁ ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଏରେ ରାଜଧାନୀବାସୀ ଇଲୋକ୍ଟ୍ରନିକ୍ସ ଯାନ କ୍ରୟ କଲେ ୩୦ ହଜାରରୁ ୧.୫ ଲକ୍ଷ ପର୍ଯ୍ୟନ୍ତ ପ୍ରୋତ୍ସାହନ ରାଶି ମିଳିବ ବୋଲି ଘୋଷଣା କରାଯାଇଛି। ଏହାସହ ଚାର୍ଜିଂ ସୁବିଧା ପାଇଁ ଦିଲ୍ଲୀରେ ପାଖାପାଖି ୨ଶହ ସ୍ଥାନରେ ଚାର୍ଜିଂ ଷ୍ଟେଶନ କରାଯିବାକୁ ଯୋଜନା ମଧ୍ୟ ରହିଛି। ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଭିଡିଓ କନଫରେନ୍ସ ମାଧ୍ୟମରେ ରାଜଧାନୀରେ ପ୍ରଦୂଷଣ କମ୍‌ କରିବା ସରକାରଙ୍କ ପ୍ରାଥମିକତା ବୋଲି କହିଛନ୍ତି। ପୂର୍ବରୁ ଏହାକୁ ଗୁରୁତ୍ୱ ଦିଆଯାଇଥିବାରୁ ଏବେ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ୨୫ ପ୍ରତିଶତ କମ୍‌ ହୋଇଛି ବୋଲି ସେ କହିଛନ୍ତି। ତେବେ ଇଲୋକ୍ଟ୍ରନିକ୍ସ ଯାନ ଯେମିତିକି ବାଇକ୍‌ କିଣିଲେ ୩୦ ହଜାର, କାର୍‌ କିଣିଲେ ୧.୫ ଲକ୍ଷ ଓ ଇ-ରିକ୍ସା ବା ଅଟୋ ରିକ୍ସା କିଣିଲେ ୩୦ ହଜାର ଟଙ୍କା ପର୍ଯ୍ୟନ୍ତ ସରକାର ପ୍ରୋତ୍ସାହନ ରାଶି ଯୋଗାଇ ଦେବେ ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri