Posted inଜାତୀୟ

ଦିଲ୍ଲୀ ସରକାରଙ୍କ ଇ-ଯାନ ପଲିସି: ମିଳିବ ୩୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି

ନୂଆଦିଲ୍ଲୀ,୭।୮: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣକୁ କମ୍‌ କରିବାକୁ ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ଇଲୋକ୍ଟ୍ରନିକ୍ସ ଯାନ ଉପରେ ଗୁରୁତ୍ୱ ଦେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଆସିଥିବା ପଲିସିକୁ ନେଇ ଶୁକ୍ରବାର ଘୋଷଣା କରାଯାଇଛି। ଏରେ ରାଜଧାନୀବାସୀ ଇଲୋକ୍ଟ୍ରନିକ୍ସ ଯାନ କ୍ରୟ କଲେ ୩୦ ହଜାରରୁ ୧.୫ ଲକ୍ଷ ପର୍ଯ୍ୟନ୍ତ ପ୍ରୋତ୍ସାହନ ରାଶି ମିଳିବ ବୋଲି ଘୋଷଣା କରାଯାଇଛି। ଏହାସହ ଚାର୍ଜିଂ ସୁବିଧା ପାଇଁ ଦିଲ୍ଲୀରେ ପାଖାପାଖି ୨ଶହ ସ୍ଥାନରେ ଚାର୍ଜିଂ ଷ୍ଟେଶନ କରାଯିବାକୁ ଯୋଜନା ମଧ୍ୟ ରହିଛି। ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ଭିଡିଓ କନଫରେନ୍ସ ମାଧ୍ୟମରେ ରାଜଧାନୀରେ ପ୍ରଦୂଷଣ କମ୍‌ କରିବା ସରକାରଙ୍କ ପ୍ରାଥମିକତା ବୋଲି କହିଛନ୍ତି। ପୂର୍ବରୁ ଏହାକୁ ଗୁରୁତ୍ୱ ଦିଆଯାଇଥିବାରୁ ଏବେ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ୨୫ ପ୍ରତିଶତ କମ୍‌ ହୋଇଛି ବୋଲି ସେ କହିଛନ୍ତି। ତେବେ ଇଲୋକ୍ଟ୍ରନିକ୍ସ ଯାନ ଯେମିତିକି ବାଇକ୍‌ କିଣିଲେ ୩୦ ହଜାର, କାର୍‌ କିଣିଲେ ୧.୫ ଲକ୍ଷ ଓ ଇ-ରିକ୍ସା ବା ଅଟୋ ରିକ୍ସା କିଣିଲେ ୩୦ ହଜାର ଟଙ୍କା ପର୍ଯ୍ୟନ୍ତ ସରକାର ପ୍ରୋତ୍ସାହନ ରାଶି ଯୋଗାଇ ଦେବେ ବୋଲି କେଜରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri