ଆଜିଠୁ ଖରିଫ ଧାନ କିଣା

ବରଗଡ଼ ଅଫିସ୍‌,୨୦।୧୧: ବରଗଡ଼ ଜିଲାରେ ସୋମବାରଠାରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାର ୨୨୦ ମଣ୍ଡିରେ ଧାନ କିଣାବିକା ଚାଲିବ। ଏଥର ଜିଲାରେ ଧାନକ୍ରୟ ଲକ୍ଷ୍ୟ ୫୫ଲକ୍ଷ ୨୬ହଜାର ୯୧୧ କୁଇଣ୍ଟାଲ ରହିଛି। ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଏବଂ ସ୍ବୟଂ ସହାୟିକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଜରିଆରେ ଯୋଗାଣ ନିଗମ ଧାନ କିଣିବ। ଧାନ ସଂଗ୍ରହ ପ୍ରକ୍ରିୟାରେ ଏଥର ୧୧୨ ମିଲର୍ସ ସାମିଲ ହେବେ ଏବଂ ପ୍ରଥମ ପର୍ଯ୍ୟାୟରେ ୧ଲକ୍ଷ ୭୦ହଜାର ୫୫୭ ଟୋକନ ରିଲିଜ୍‌ ହୋଇଥିବା ଜିଲା ଯୋଗାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି।

ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବହିତ ପୂର୍ବରୁ ଶନିବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ପରିସରରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ମୋନିଷା ବାନାର୍ଜୀ, ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ, ଭାରପ୍ରାପ୍ତ ଆର୍‌ଏମ୍‌ସି ସମ୍ପାଦକ ସଦାକର କୁମ୍ଭାର, ଦୁର୍ଗାପ୍ରସାଦ ଛୁରିଆ, ସହକାରୀ ଯୋଗାଣ ଅଧିକାରୀ ଜ୍ୟୋତ୍ସ୍ନା କର୍ଣ୍ଣଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ବିଭାଗୀୟ କର୍ମଚାରୀ, ଏସ୍‌ଏଚ୍‌ଜି ମହିଳାଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ସୁରୁଖୁରୁରେ ସମ୍ପାଦନ ପାଇଁ ଜିଲାପାଳ ଏବଂ ଅନ୍ୟ ଅଧିକାରୀମାନେ ବିଭିନ୍ନ ପରାମର୍ଶ ଦେଇଥିଲେ। ଚାଷୀ ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?