ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର ବନ୍ଧୁ ଦେଶମାନଙ୍କୁ ଏକ ଶକ୍ତ ସନ୍ଦେଶ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ନିଜର ସୁରକ୍ଷା ଏବଂ ଆବଶ୍ୟକତା ପାଇଁ ଏବେ ସହଯୋଗୀ ଦେଶମାନଙ୍କୁ ନିଜେ ଦାୟିତ୍ୱ ନେବାକୁ ପଡ଼ିବ।
ଟ୍ରମ୍ପ ସହଯୋଗୀ ଦେଶମାନଙ୍କୁ ଦୁଇଟି ବିକଳ୍ପ ଦେଇଛନ୍ତି। ସେ କହିଛନ୍ତି ଯେ, ଯେଉଁ ଦେଶଗୁଡ଼ିକ ‘ଷ୍ଟ୍ରେଟ ଅଫ ହର୍ମୁଜ’ (Strait of Hormuz) ବିବାଦ ଯୋଗୁ ଜେଟ୍‌ ଫୁଏଲ ସମସ୍ୟାର ସମ୍ମୁଖୀନ ହେଉଛନ୍ତି, ସେମାନେ ଆମେରିକାଠାରୁ ତେଲ କିଣିପାରିବେ। ଆମେରିକା ପାଖରେ ପର୍ଯ୍ୟାପ୍ତ ତେଲ ଗଚ୍ଛିତ ଅଛି। ଏହାଛଡ଼ା ସେ ସହଯୋଗୀ ଦେଶମାନଙ୍କୁ ଆହ୍ବାନ ଦେଇ କହିଛନ୍ତି, ନିଜ ସାହସ ଦେଖାନ୍ତୁ ଏବଂ ଦରକାର ପଡ଼ିଲେ ‘ଷ୍ଟ୍ରେଟ ଅଫ ହର୍ମୁଜ୍‌’ ଉପରେ ନିଜେ ନିୟନ୍ତ୍ରଣ ହାସଲ କରନ୍ତୁ। ଆମେରିକା ସବୁବେଳେ ସାହାଯ୍ୟ ପାଇଁ ଆଗେଇ ଆସିବ ନାହିଁ।
ଟ୍ରମ୍ପ ବ୍ରିଟେନର ନାମ ନେଇ କହିଛନ୍ତି ଯେ, ଇରାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ବେଳେ ବ୍ରିଟେନ ସାଥ ଦେଇ ନ ଥିଲା, କିନ୍ତୁ ଏବେ ସେହି ଦେଶକୁ ଇନ୍ଧନ ଅଭାବର ସାମ୍ନା କରିବାକୁ ପଡ଼ୁଛି। ଫ୍ରାନ୍ସ ଉପରେ ଅସନ୍ତୋଷ ପ୍ରକାଶ କରି ଟ୍ରମ୍ପ କହିଛନ୍ତି ଯେ, ଫ୍ରାନ୍ସ ନିଜର ଆକାଶମାର୍ଗ ଦେଇ ଆମେରିକୀୟ ସାମରିକ ବିମାନକୁ ଯିବାକୁ ଅନୁମତି ଦେଇନାହିଁ। ଆମେରିକା ଏହି ଖରାପ ବ୍ୟବହାରକୁ ମନେ ରଖିବ ବୋଲି ସେ ଚେତାବନୀ ଦେଇଛନ୍ତି।
ଇରାନ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇଛି। ଏପର୍ଯ୍ୟନ୍ତ ହୋଇଥିବା ମୃତ୍ୟୁ ସଂଖ୍ୟା ଦେଖିଲେ,ଇସ୍ରାଏଲ ଏବଂ ଆମେରିକା ଆକ୍ରମଣରେ ପ୍ରାୟ ୧,୯୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଏଠାରେ କମରୁ କମ ୧,୨୦୦ ଲୋକ ପ୍ରାଣ ହରାଇଛନ୍ତି। ଯୁଦ୍ଧରେ ଏପର୍ଯ୍ୟନ୍ତ ୧୩ ଜଣ ଆମେରିକୀୟ ସୈନିକ ଶହୀଦ ହୋଇଛନ୍ତି। ଏଥିରେ ପ୍ରାୟ ୧୯ ଜଣଙ୍କର ମୃତ୍ୟୁ ହୋଇଛି।
ତେବେ ଟ୍ରମ୍ପଙ୍କ ଏହି ବୟାନରୁ ସ୍ପଷ୍ଟ ଜଣାପଡ଼ୁଛି ଯେ, ଆଗାମୀ ଦିନରେ ଆମେରିକା ନିଜର ବିଦେଶ ନୀତିରେ ବଡ଼ ପରିବର୍ତ୍ତନ କରିପାରେ ଏବଂ ସହଯୋଗୀ ଦେଶମାନଙ୍କୁ ନିଜ ଗୋଡ଼ରେ ନିଜେ ଠିଆ ହେବାକୁ ବାଧ୍ୟ କରିପାରେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri