ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା । ଟିକେଟ ପାଇବା ପରେ ଦୀପାଳି ଗଣମାଧ୍ୟମକୁ ଟିକେଟ ଦେଖାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଇଛନ୍ତି। ବିଜୟୀ ହେବାନେଇ ସେ ସମ୍ପୂର୍ଣ୍ଣ ଆଶାବାଦୀ ଅଛନ୍ତି ା ବିଜୟୀ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ଗର୍ବିତ କରାଇବେ ବୋଲି ସେ କହିଛନ୍ତି । ଏଥିସହ ଝାରସୁଗୁଡ଼ାରେ କିଛି ବିକାଶ ହୋଇ ନ ଥିବା ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ଝାରସୁଗୁଡ଼ାରେ ବିମାନବନ୍ଦରଠୁ ନେଇ ପାନୀୟ ଜଳ ଭଳି ଅନେକ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ହୋଇଛି ବୋଲି ସେ କହିଛନ୍ତି। ଦୀପାଳି ଭାଇ ବିଶାଲ ଓ ଝାରସୁଗୁଡ଼ା ବିଜେଡି ପର୍ଯ୍ୟବେକ୍ଷକ ଦେବୀ ମିଶ୍ରଙ୍କ ସହ ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ ନେଇଛନ୍ତି । ଆସନ୍ତା ୧୮ ତାରିଖରେ ସେ ପ୍ରାର୍ଥତ୍ପତ୍ର ଦାଖଲ କରିବେ । ଦୀପାଳିଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି । ଦଳ ପକ୍ଷରୁ ୩ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ, ୧୨ ଜଣ ବ୍ଲକ ଏବଂ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବିଜେଡିର ବରିଷ୍ଠ ନେତାମାନେ ଝାରସୁଗୁଡ଼ାରେ ଡେରା ପକାଇଛନ୍ତି । ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି ଦଳ ପକ୍ଷରୁ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri