ଟିକେଟ ନେଲେ ଦୀପାଳି

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଝାରସୁଗୁଡ଼ା ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଶନିବାର ନବୀନ ନିବାସରୁ ଟିକେଟ ନେଇ ଫେରିଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଟିକେଟ ପ୍ରଦାନ କରିଛନ୍ତି। ଦୀପାଳିଙ୍କ ନାଁ ଦଳ ପକ୍ଷରୁ ପୂର୍ବରୁ ଘୋଷଣା ହୋଇଥିଲା । ଟିକେଟ ପାଇବା ପରେ ଦୀପାଳି ଗଣମାଧ୍ୟମକୁ ଟିକେଟ ଦେଖାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଇଛନ୍ତି। ବିଜୟୀ ହେବାନେଇ ସେ ସମ୍ପୂର୍ଣ୍ଣ ଆଶାବାଦୀ ଅଛନ୍ତି ା ବିଜୟୀ ହୋଇ ମୁଖ୍ୟମନ୍ତ୍ରୀଙ୍କୁ ଗର୍ବିତ କରାଇବେ ବୋଲି ସେ କହିଛନ୍ତି । ଏଥିସହ ଝାରସୁଗୁଡ଼ାରେ କିଛି ବିକାଶ ହୋଇ ନ ଥିବା ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ଝାରସୁଗୁଡ଼ାରେ ବିମାନବନ୍ଦରଠୁ ନେଇ ପାନୀୟ ଜଳ ଭଳି ଅନେକ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ହୋଇଛି ବୋଲି ସେ କହିଛନ୍ତି। ଦୀପାଳି ଭାଇ ବିଶାଲ ଓ ଝାରସୁଗୁଡ଼ା ବିଜେଡି ପର୍ଯ୍ୟବେକ୍ଷକ ଦେବୀ ମିଶ୍ରଙ୍କ ସହ ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ ନେଇଛନ୍ତି । ଆସନ୍ତା ୧୮ ତାରିଖରେ ସେ ପ୍ରାର୍ଥତ୍ପତ୍ର ଦାଖଲ କରିବେ । ଦୀପାଳିଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି । ଦଳ ପକ୍ଷରୁ ୩ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ, ୧୨ ଜଣ ବ୍ଲକ ଏବଂ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବିଜେଡିର ବରିଷ୍ଠ ନେତାମାନେ ଝାରସୁଗୁଡ଼ାରେ ଡେରା ପକାଇଛନ୍ତି । ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି ଦଳ ପକ୍ଷରୁ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri