ବି.ଭି.ଆର ସୁବ୍ରମଣ୍ୟମ ନୀତି ଆୟୋଗର ନୂଆ ସିଇଓ

ନୂଆଦିଲ୍ଲୀ,୨୦।୨: ପୂର୍ବତନ ଆଇଏଏସ୍‌ ଅଧିକାରୀ ବି.ଭି.ଆର ସୁବ୍ରମଣ୍ୟମଙ୍କୁ ସୋମବାର ନୀତି ଆୟୋଗର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତ କରାଯାଇଛି। ସୁବ୍ରମଣ୍ୟମ ବର୍ତ୍ତମାନର ସିଇଓ ପରମେଶ୍ୱରନ ଆୟରଙ୍କ ସ୍ଥାନ ନେବେ। ପରମେଶ୍ୱରନ ଆୟର ବର୍ତ୍ତମାନ ବିଶ୍ୱ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରହିବେ। ସୋମବାର ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁସାରେ ମନ୍ତ୍ରିମଣ୍ଡଳର ନିଯୁକ୍ତି ସମିତି ସୁବ୍ରମଣ୍ୟମଙ୍କ ନିଯୁକ୍ତିକୁ ଅନୁମୋଦନ କରିଛି। ତାଙ୍କର କାର୍ଯ୍ୟକାଳ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ଦୁଇ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ୧୯୮୭ ବ୍ୟାଚର ଆଇଏଏସ୍‌ ସୁବ୍ରମଣ୍ୟମ ଛତିଶଗଡ କ୍ୟାଡରର ଆଇଏଏସ୍‌ ଅଧିକାରୀ ରହିବା ସହ ବାଣିଜ୍ୟ ମନ୍ତ୍ରଣାଳୟରେ ମଧ୍ୟ ଓଏସ୍‌ଡି ରହିସାରିଛନ୍ତି। ସୁବ୍ରମଣ୍ୟମ ୩୦ଜୁନରେ ବାଣିଜ୍ୟ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପୂର୍ବରୁ ୨୦୧୮ ଜୁନ ୨୪ରେ ତାଙ୍କୁ ଜମ୍ମୁ-କଶ୍ମୀରର ମୁଖ୍ୟ ଶାସନ ସଚିବ କରାଯାଇଥିଲା। ଆତଙ୍କବାଦୀଙ୍କୁ ଧରିବା ଏବଂ ଆତଙ୍କବାଦୀଙ୍କ ବିଚାରଧାରାକୁ ସମାପ୍ତ କରିବାରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ଅନ୍ୟପଟେ ମନମୋହନ ସିଂହଙ୍କ କାର୍ଯ୍ୟକାଳ ମଧ୍ୟରେ ବି.ଭି.ଆର ସୁବ୍ରମଣ୍ୟମ ପିଏମ୍‌ଓରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ ତୁଳାଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri