Posted inଖେଳ

ବିଡବ୍ଲ୍ୟୁଏଫ୍‌ ର଼୍ୟାଙ୍କିଙ୍ଗ: ସିନ୍ଧୁ ୧୫କୁ ଖସିଲେ

ନୂଆଦିଲ୍ଲୀ, ୫ା୭(ପି.ଟି.): ସଦ୍ୟ ପ୍ରକାଶିତ ବିଡବ୍ଲ୍ୟୁଏଫ୍‌ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଡବଲ ଅଲିମ୍ପିକ ପଦକ ବିଜେତା ପି. ଭି. ସିନ୍ଧୁ ୩ ସ୍ଥାନ ତଳକୁ ଖସି ୧୫ତମ ସ୍ଥାନରେ ରହିଛନ୍ତି। ସିନ୍ଧୁ ଚଳିତବର୍ଷ ଏପ୍ରିଲରେ ଏଲିଟ୍‌ ଟପ୍‌ ୧୦ରୁ ବାଦ୍‌ ପଡ଼ିଛନ୍ତି। ବର୍ତ୍ତମାନ ସେ ୧୩ଟି ଟୁର୍ନାମେଣ୍ଟରୁ ୫୧,୦୭୦ ପଏଣ୍ଟ ଅର୍ଜନ କରିଛନ୍ତି। ଗତ ୫ ମାସ ଆଘାତଜନିତ ସମସ୍ୟାରେ ରହି ଫେରିଥିବା ୨୭ ବର୍ଷୀୟା ସିନ୍ଧୁ ଚଳିତ ସିଜନରେ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ରହିଛନ୍ତି। ଏହି ସପ୍ତାହରେ ସେ କାନାଡା ଓପନ ସୁପର ୫୦୦ରେ ଭାଗ ନେବେ। ଏହି ସିଜନରେ ସେ ମାଡ୍ରିଡ୍‌ ସ୍ପେନ ମାଷ୍ଟର୍ସ ସୁପର ୩୦୦ ଫାଇନାଲରେ ପ୍ରବେଶ କରିଥିବା ବେଳେ ମାଲେସିଆ ମାଷ୍ଟର୍ସ ସୁପର ୫୦୦ ଟୁର୍ନାମେଣ୍ଟର ସେମିଫାଇନାଲକୁ ଉନ୍ନୀତ ହୋଇପାରିଥିଲେ। ବର୍ଷ ଆରମ୍ଭରେ କିନ୍ତୁ ତାଙ୍କୁ ବହୁ ପ୍ରତିଯୋଗିତାରେ ପ୍ରଥମରୁ ବିଦାୟ ନେବାକୁ ପଡ଼ିଛି। ଭାରତୀୟ ପୁରୁଷ ଡବଲ୍ସ ଶୀର୍ଷ ର଼୍ୟାଙ୍କିଙ୍ଗ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀଙ୍କୁ ବିଶ୍ୱର ୩ ନମ୍ବର ଯୋଡ଼ି ହୋଇଛନ୍ତି। ୮ମ ସ୍ଥାନ ଅଧିକାର କରିଥିବା ଏଚ୍‌.ଏସ୍‌. ପ୍ରଣୟ ହେଉଛନ୍ତି ପୁରୁଷ ସିଙ୍ଗଲ୍ସରେ ଶ୍ରେଷ୍ଠ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି। ଲକ୍ଷ୍ୟ ସେନ ଓ କିଡାମ୍ବି ଶ୍ରୀକାନ୍ତ ଯଥାକ୍ରମେ ୧୯ତମ ଓ ୨୦ତମ ସ୍ଥାନରେ ଅଛନ୍ତି। ମହିଳା ଡବଲ୍ସରେ ତ୍ରିସା ଜୋଲି ଓ ଗାୟତ୍ରୀ ଗୋପୀଚାନ୍ଦ ଗୋଟିଏ ସ୍ଥାନ ତଳକୁ ଖସି ୧୭ତମ ସ୍ଥାନରେ ଅଛନ୍ତି। ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ ତାଲିକାରେ ପୁରୁଷ ଡବଲ୍ସ ଯୋଡ଼ି ଏମ୍‌ଆର୍‌ ଅର୍ଜୁନ ଓ ଧ୍ରୁବ କାପିଲା ୨୬ତମ ସ୍ଥାନରେ ରହିଥିବା ବେଳେ ରୋହଣ କାପୁର ଓ ଏନ୍‌. ସିକ୍କି ରେଡ୍ଡୀ ୩୩ତମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri