ନୂଆଦିଲ୍ଲୀ, ୫ା୭(ପି.ଟି.): ସଦ୍ୟ ପ୍ରକାଶିତ ବିଡବ୍ଲ୍ୟୁଏଫ୍ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଡବଲ ଅଲିମ୍ପିକ ପଦକ ବିଜେତା ପି. ଭି. ସିନ୍ଧୁ ୩ ସ୍ଥାନ ତଳକୁ ଖସି ୧୫ତମ ସ୍ଥାନରେ ରହିଛନ୍ତି। ସିନ୍ଧୁ ଚଳିତବର୍ଷ ଏପ୍ରିଲରେ ଏଲିଟ୍ ଟପ୍ ୧୦ରୁ ବାଦ୍ ପଡ଼ିଛନ୍ତି। ବର୍ତ୍ତମାନ ସେ ୧୩ଟି ଟୁର୍ନାମେଣ୍ଟରୁ ୫୧,୦୭୦ ପଏଣ୍ଟ ଅର୍ଜନ କରିଛନ୍ତି। ଗତ ୫ ମାସ ଆଘାତଜନିତ ସମସ୍ୟାରେ ରହି ଫେରିଥିବା ୨୭ ବର୍ଷୀୟା ସିନ୍ଧୁ ଚଳିତ ସିଜନରେ ଭଲ ପ୍ରଦର୍ଶନ ଲକ୍ଷ୍ୟରେ ରହିଛନ୍ତି। ଏହି ସପ୍ତାହରେ ସେ କାନାଡା ଓପନ ସୁପର ୫୦୦ରେ ଭାଗ ନେବେ। ଏହି ସିଜନରେ ସେ ମାଡ୍ରିଡ୍ ସ୍ପେନ ମାଷ୍ଟର୍ସ ସୁପର ୩୦୦ ଫାଇନାଲରେ ପ୍ରବେଶ କରିଥିବା ବେଳେ ମାଲେସିଆ ମାଷ୍ଟର୍ସ ସୁପର ୫୦୦ ଟୁର୍ନାମେଣ୍ଟର ସେମିଫାଇନାଲକୁ ଉନ୍ନୀତ ହୋଇପାରିଥିଲେ। ବର୍ଷ ଆରମ୍ଭରେ କିନ୍ତୁ ତାଙ୍କୁ ବହୁ ପ୍ରତିଯୋଗିତାରେ ପ୍ରଥମରୁ ବିଦାୟ ନେବାକୁ ପଡ଼ିଛି। ଭାରତୀୟ ପୁରୁଷ ଡବଲ୍ସ ଶୀର୍ଷ ର଼୍ୟାଙ୍କିଙ୍ଗ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀଙ୍କୁ ବିଶ୍ୱର ୩ ନମ୍ବର ଯୋଡ଼ି ହୋଇଛନ୍ତି। ୮ମ ସ୍ଥାନ ଅଧିକାର କରିଥିବା ଏଚ୍.ଏସ୍. ପ୍ରଣୟ ହେଉଛନ୍ତି ପୁରୁଷ ସିଙ୍ଗଲ୍ସରେ ଶ୍ରେଷ୍ଠ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି। ଲକ୍ଷ୍ୟ ସେନ ଓ କିଡାମ୍ବି ଶ୍ରୀକାନ୍ତ ଯଥାକ୍ରମେ ୧୯ତମ ଓ ୨୦ତମ ସ୍ଥାନରେ ଅଛନ୍ତି। ମହିଳା ଡବଲ୍ସରେ ତ୍ରିସା ଜୋଲି ଓ ଗାୟତ୍ରୀ ଗୋପୀଚାନ୍ଦ ଗୋଟିଏ ସ୍ଥାନ ତଳକୁ ଖସି ୧୭ତମ ସ୍ଥାନରେ ଅଛନ୍ତି। ସଦ୍ୟ ପ୍ରକାଶିତ ର଼୍ୟାଙ୍କିଙ୍ଗ ତାଲିକାରେ ପୁରୁଷ ଡବଲ୍ସ ଯୋଡ଼ି ଏମ୍ଆର୍ ଅର୍ଜୁନ ଓ ଧ୍ରୁବ କାପିଲା ୨୬ତମ ସ୍ଥାନରେ ରହିଥିବା ବେଳେ ରୋହଣ କାପୁର ଓ ଏନ୍. ସିକ୍କି ରେଡ୍ଡୀ ୩୩ତମ ସ୍ଥାନରେ ଅଛନ୍ତି।
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

